କରୋନା ମୁକାବିଲା ପାଇଁ ଶିକ୍ଷକ ଦମ୍ପତିିଙ୍କ ସହାୟତା

ବିଶୋଇ,୧୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ମଧ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରୁଛନ୍ତି। ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଅଧୀନ ମନ୍ଦିରସାହି ବାସିନ୍ଦା ଚଟାଣି ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟର ଗଣିତ ଶିକ୍ଷକ ବଳରାମ ସାହୁ ଓ ବିଶୋଇ ସରକାରୀ ନୋଡାଲ ଉପ୍ରା ବିଦ୍ୟାଳୟରେ ସହକାରୀ ଶିକ୍ଷୟିତ୍ରୀ ଭାବରେ କାର୍ଯ୍ୟରତ ତାଙ୍କ ସହଧର୍ମିଣୀ ସଞ୍ଜୁଲତା ସାହୁ ସରକାରଙ୍କ ନିକଟକୁ ସହାୟତା ରାଶି ପଠାଇଛନ୍ତି। ଗୁରୁବାର ଉଭୟ ବିଶୋଇ ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡ଼ିଓ ଏମଡି ଫିରଜ ଖାନଙ୍କ ଜରିଆରେ ଏହି ସହାୟତା ପ୍ରଦାନ କରିଥିଲେ। ଶିକ୍ଷକ ସାହୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧୦ ହଜାର ଓ ଶିକ୍ଷୟିତ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କାର ଚେକ ପ୍ରଦାନ କରିଥିଲେ। ଏହି ସହାୟତା ନିମନ୍ତେ ତାଙ୍କୁ ପ୍ରଶାସନ ଓ ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri