କରୋନା ମୁକାବିଲା ପାଇଁ ସାହି ଏକଜୁଟ

କଟକ ଅଫିସ,୧୧ା୪: ଏକଜୁଟ ହୋଇଛି ସାହି। ପ୍ରତ୍ୟେକ ଘର ଲୋକଙ୍କୁ କରୋନା ମୁକାବିଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ନିୟମିତ ଭାବେ ପ୍ରତ୍ୟେକ ଘର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି। କେଉଁ ପରିବାରରେ କ’ଣ ସମସ୍ୟା ରହିଛି ତାହାକୁ ସାହି ବାସିନ୍ଦା ଏକଜୁଟ ହୋଇ ସମାଧାନ କରିବାକୁ ଆଗେଇ ଆସୁଛନ୍ତି। କଟକ ଦରଘାପାଟଣା ଅନ୍ତର୍ଗତ ଗୋପେଶ୍ୱର ବିହାରରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। କରୋନା ଭାଇରସ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ କଟକର ଗୋପେଶ୍ୱର ବିହାର ବାସିନ୍ଦାଙ୍କ ଏଭଳି କାର୍ଯ୍ୟକ୍ରମ ଅନ୍ୟମାନଙ୍କୁ ଭଲ ବାର୍ତ୍ତା ଦେବ। ଦରଘାପାଟଣା ଅନ୍ତର୍ଗତ ଗୋପେଶ୍ୱର ବିହାରରେ ୪୦ରୁ ଊର୍ଦ୍ଧ୍ୱ ପରିବାର ରୁହନ୍ତି। ବ୍ୟବସାୟୀ, ସରକାରୀ ଚାକିରିଆ ଅଧିକ ମାତ୍ରାରେ ଏହି ଯାଗାର ଅଧିବାସୀ। ଏହି ଅଞ୍ଚଳ କଟକ ମହାନଗର ନିଗମ(ସିଏମ୍‌ସି)ର ୱାର୍ଡ ନଂ-୫୭ରେ ରହିଛି। ତେବେ କରୋନା ଭାଇରସ ସଂକ୍ରମଣ ଯୋଗୁ ଲକଡାଉନ ଘୋଷଣା ହେବା ପରଠାରୁ ସ୍ଥାନୀୟ ବାସିନ୍ଦା ନିଜସ୍ବ ଶୈଳୀରେ ସଚେତନ ହୋଇଛନ୍ତି। ଅଞ୍ଚଳକୁ କେହି ବାହାରୁ ଆସୁନାହାନ୍ତି ବୋଲି ବାସିନ୍ଦା ପ୍ରସନ୍ନ ମହାନ୍ତି କହିଛନ୍ତି। ପ୍ରତ୍ୟେକ ପରିବାରକୁ ସାନିଟାଇଜର ବଣ୍ଟାଯିବା ସହ ନିଜସ୍ବ ଉଦ୍ୟମରେ ରାସ୍ତାଘାଟ ବିଶୁଦ୍ଧୀକରଣ କରାଯାଉଛି। ଶରତ ବେହେରା, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବିଶ୍ୱଜିତ ମହାପାତ୍ର, ପୀତବାସ ସ୍ବାଇଁ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri