କରୋନା ମୁକାବିଲା: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଚସ୍ପତି, ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ସହ ଗଞ୍ଜାମ ଜିଲାପାଳଙ୍କ ଆଲୋଚନା

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଫଳରେ ଏହା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ପରିପ୍ରେକ୍ଷୀରେ କରୋନା ମୁକାବିଲା ନେଇ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଚସ୍ପତି, ମନ୍ତ୍ରୀ, ଏମ୍‌ପି, ବିଧାୟକ, ବ୍ଲକ ଅଧ୍ୟକ୍ଷଙ୍କ ସହ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଲୋଚନା କରିଛନ୍ତି। କରୋନା ଟେଷ୍ଟିଂ ସହ କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବାକୁ ବୈଠକରେ ସମସ୍ତ ଜନପ୍ରତିନିଧି ପ୍ରସ୍ତାବ ଦେଇଛନ୍ତି। ଏଥିସହ ଏହାର ମୁକାବିଲା ପାଇଁ ସ୍ଥାନୀୟ ଅଞ୍ଚଳର ଏମ୍‌ପି, ବିଧାୟକ, ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ସରପଞ୍ଚ, ସମିତିସଭ୍ୟଙ୍କୁ ନେଇ କମିଟି ଗଠନ କରିବାକୁ ସ୍ଥିର ହୋଇଛି। କିଭଳି ପ୍ରବାସୀମାନେ ସମ୍ମାନର ସହ ସୁରକ୍ଷିତ ଭାବେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବେ ଏନେଇ ଗ୍ରାମସ୍ତରରେ ସଚେତନତା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଅନ୍ୟ ରାଜ୍ୟରେ ଥିବାର ପ୍ରବାସୀଙ୍କ ଫେରିବା ପାଇଁ ରେଜିଷ୍ଟ୍ରେଶନ ଓ ବିଭିନ୍ନ ସେବା ଯୋଗାଇ ଦେବା ଉପରେ ଆଲୋଚନା ହୋଇଥିଲା। ଏହି ଭିଡିଓ କନ୍‌ଫରେନ୍ସିଂରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଡିଆରଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବିନ୍ଦ୍ର ସାହୁ, ସୁଦାମ ଚରଣ ମଣ୍ଡଳ ଓ ଅମୀୟ ସାହୁ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ , ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀଙ୍କ ସମେତ ବିଧାୟକଙ୍କ ସମେତ ସମସ୍ତ ବିଡିଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?