କରୋନା ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା ମୁକାବିଲା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୪୬.୩୫କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ହେଲେ ଏହା ଯଥେଷ୍ଟ ନୁହେଁ, ଅଧିକ ଅନୁଦାନ ଦେବା ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ନିକଟରେ ଦାବି କରିଛନ୍ତି। କରୋନା ସଂକ୍ରମଣ ରୋକିବା ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ଜଣାଇଛନ୍ତି। ଶୁକ୍ରବାର ହର୍ଷବର୍ଦ୍ଧନ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଥିବା ବେଳେ ଏହି ଅବସରରେ ରାଜ୍ୟ ପକ୍ଷରୁ ଅଧିକ ଅନୁଦାନ ଲାଗି ଦାବି କରାଯାଇଛି।
ଏହି ଅବସରରେ ମନ୍ତ୍ରୀ ଦାସ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ତେଣୁ ଏହାକୁ ଲାଗୁ କରାଯାଉ। ହାଇଡ୍ରୋ କ୍ଲୋରୋକୁଇନ ଟାବଲେଟ, ଏନ୍‌-୯୫ ମାସ୍କ, ଭିଟାମିନ ସି ତୁରନ୍ତ ରାଜ୍ୟକୁ ପଠାଯାଉ। କରୋନା ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା ପାଇଁ ୫ଲକ୍ଷ ପିପିଇ ଯୋଗାଇ ଦିଆଯାଉ। କରୋନା ଆକ୍ରାନ୍ତଙ୍କ ରକ୍ତ ପରୀକ୍ଷା ପାଇଁ ଏହା ଅତ୍ୟନ୍ତ ଜରୁରୀ ଆର୍‌ଟିପିସିଆର୍‌ କିଟ୍‌ ଆବଶ୍ୟକ ମୁତାବକ ରାଜ୍ୟ ପାଖରେ ନାହିଁ, ତାହା ମଧ୍ୟ ଆବଶ୍ୟକ। ବର୍ତ୍ତମାନ ଓଡ଼ିଶାରେ ୩୦୦ ଆର୍‌ଏନ୍‌ଏସ୍‌ ରହିଛି ଆହୁରି ୫ ହଜାର ଆବଶ୍ୟକ। ଏସବୁ ଜିନିଷ ଯୋଗାଣକୁ ସୁନିଶ୍ଚିତ କରାଯାଉ। ଅନୁସୂଚିତ ଜାତି ଓ ଜନଜାତି ବହୁଳ ଅଞ୍ଚଳଗୁଡିକରେ ଆଗୁଆ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଦାଶ ଅନୁରୋଧ କରିଛନ୍ତି। ରାଜ୍ୟରେ ଅନେକ ସମୟରେ ବିପର୍ଯ୍ୟୟ ଲାଗି ରହୁଥିବାରୁ ସ୍ବତନ୍ତ୍ର କୋଭିଡ୍‌ ପାଣ୍ଠି ଆର୍ଥିକ ସହାୟତା ଦିଆଯାଉ। ସେହିପରି ଭିମ୍‌ସାର ବୁର୍ଲା, ବ୍ରହ୍ମପୁର ଏମ୍‌କେସିଜି, ବଲାଙ୍ଗୀର ଏବଂ ଅନ୍ୟାନ୍ୟ ହସ୍ପିଟାଲରେ କରୋନା ରକ୍ତ ପରୀକ୍ଷା ଲାଗି ନିର୍ଦ୍ଦେଶ ଦିଆଯାଉ। ଏଥିସହ ବାଲେଶ୍ୱର ଏମ୍‌ସ ସାଟେଲାଇଟ ହସ୍ପିଟାଲକୁ କରୋନା ହସ୍ପିଟାଲ କରିବାକୁ ନିଷ୍ପତ୍ତି ନିଅନ୍ତୁ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri