Posted inଜାତୀୟ

କରୋନା ମୁକାବିଲା ଲାଗି ଚାଇନାକୁ ବ୍ରିଟିଶ ଅର୍ଥନୀତିଜ୍ଞଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭାଇରସ ଭାରତରେ ଆରମ୍ଭ ହୋଇ ନ ଥିବାରୁ ବ୍ରିଟିଶ ଅର୍ଥନୀତିଜ୍ଞ ଜିମ୍‌ ଓ ନିଲ୍‌ ଭଗବାନଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଭାରତର ବ୍ୟବସ୍ଥାକୁ ସମାଲୋଚନା କରି କହିଛନ୍ତି, ଭଗବାନଙ୍କୁ ଧନ୍ୟବାଦ ଦେବା କଥା, କାରଣ ଚାଇନା ଭଳି ଦେଶରେ ଏଭଳି ଏକ ମାରାତ୍ମକ ରୋଗ ଉତ୍ପତ୍ତି ହୋଇଛି। ଭାରତରେ ଏହା ଆରମ୍ଭ ହୋଇଥିଲେ ବ୍ୟବସ୍ଥା ଠିକ୍‌ ନ ଥିବାରୁ ଏହାକୁ ପ୍ରତିରୋଧ କରିବାକୁ ସକ୍ଷମ ହୋଇ ନ ଥାନ୍ତା। ଚାଇନା ଏହି ରୋଗକୁ ନିୟନ୍ତ୍ରଣ କରିବା ଦିଗରେ ଯେଭଳି ସାହସ ଏବଂ ସାମର୍ଥ୍ୟ ଜୁଟାଇଛି ତାହା ବାସ୍ତବିକ ପ୍ରଶଂସାଯୋଗ୍ୟ। ଚାଇନିଜ ମଡେଲର ଏହା ଏକ ସକରାତ୍ମକ ଦିଗ। ବ୍ରାଜିଲ ମଧ୍ୟ ଏ ଦିଗରେ ଭଲ କାମ କରିଛି ବୋଲି ସେ ମତ ଦେଇଛନ୍ତି। ଏହି ବ୍ରିଟିଶ ଅର୍ଥନୀତିଜ୍ଞଙ୍କ ମନ୍ତବ୍ୟ ଆସିବା ପରେ ଭାରତୀୟ ଅଧିକାରୀମାନେ ପ୍ରତିକ୍ରିୟାଶୀଳ ହୋଇ ପଡିଥିଲେ। ଓ ନିଲ୍‌ଙ୍କ ମନ୍ତବ୍ୟ ବେପରୁଆ ଏବଂ ସୂଚନା ଭିତ୍ତିକ ନୁହେଁ ବୋଲି ଇଣ୍ଡିଆନ ହାଇକମିଶନ ମିନିଷ୍ଟର ବିଶ୍ୱେସ ନେଗୀ କହିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଅତିରିକ୍ତ ସଚିବ ଦମ୍ମୁ ରବିଙ୍କୁ କୋଭିଡ କୋଅର୍ଡିନେଟର ଭାବେ ନିଯୁକ୍ତ କରାଯାଇଛି। କରୋନାର ବିଭିନ୍ନ ଚ୍ୟାଲେଞ୍ଜକୁ ସାମ୍ନା କରିବା ଦିଗରେ ସରକାର ବହୁ ପୂର୍ବରୁ ବିସ୍ତୃତ ପଦକ୍ଷେପ ନେଇଛନ୍ତି। ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଭାରତ ଆସିବାକୁ ବାରଣ କରାଯାଉଛି। ସେହିଭଳି ଭିଜା ବାତିଲ, କିଛି ରାଜ୍ୟରେ ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍କୁଲ କଲେଜକୁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri