କରୋନା ମୁକାବିଲା ଲାଗି ପ୍ରସ୍ତୁତି ବୈଠକ : ପ୍ରତି ପଞ୍ଚାୟତରେ ଖୋଲିବ ଆଇସୋଲେଶନ କେନ୍ଦ୍ର

ରାଇକିଆ,୧୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ସୋମବାର କରୋନା ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରାମାଞ୍ଚଳ ଲୋକେ ସଚେତନ ରହିବା ସହ ବାହାର ରାଜ୍ୟ ବିଶେଷକରି କେରଳ ଓ ତାମିଲନାଡୁରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବାକୁ ଆଲୋଚନା ହୋଇଛି। ଘର ଘର ବୁଲି ଅଙ୍ଗନଓ୍ବାଡି ଓ ଆଶାକର୍ମୀଙ୍କ ଦାରା ଏହି ସଂକ୍ରମଣର ଲକ୍ଷଣ ଓ ପ୍ରତିକାର ସମ୍ପର୍କରେ ବୁଝାଇବା ପାଇଁ ଆଲୋଚନା ହୋଇଥିଲା। ଏଥିସହ ପ୍ରତି ପଞ୍ଚାୟତରେ ଏକ ଆଇସୋଲେଶନ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଅନ୍ୟପକ୍ଷରେ ଗୁଜବ ସୃଷ୍ଟି ନ କରି ସତର୍କତା ଅବଲମ୍ବନ ପାଇଁ କୁହାଯାଇଛି। ବିଡିଓ ପ୍ରବୀଣ ବାଣୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ରୋନିତ୍‌ ଯୋଗଦେଇ ଏହି ଭାଇରସ୍‌ଠାରୁ କିପରି ଦୂରେଇ ହେବ ଏବଂ ଏହାର ଲକ୍ଷଣ, ପ୍ରତିକାରର ବିଭିନ୍ନ ଦିଗ ସମ୍ବନ୍ଧରେ ସୂଚନା ଦେଇଥିଲେ। ଏହାସହ ବ୍ଲକ ଅଧ୍ୟକ୍ଷା ମାନିନୀ ପ୍ରଧାନ, ଥାନା ଅଧିକାରୀ ଅଲେଖ ଗରଡ଼ିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri