କରୋନା ମୁକାବିଲା, ସରପଞ୍ଚଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ମାର୍ଶାଘାଇ, ୨୨।୪ (ଡି.ଏନ୍‌.ଏ.)- କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଏହି ଭୂତାଣୁ ପ୍ରତିହତ କରିବା ସକାଶେ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରପଞ୍ଚମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସ ଜରିଆରେ ସରପଞ୍ଚମାନଙ୍କ ସହ କଥା ହେବା ସହ ସେମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଛନ୍ତି। ତେବେ ବାହାର ରାଜ୍ୟରୁ ଆସୁଥିବା ଶ୍ରମିକମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବା ବ୍ୟବସ୍ଥା କରିବାକୁ ସରପଞ୍ଚମାନଙ୍କୁ ଦାୟିତ୍ୱ ଦିଆଯଇଛି। ମାର୍ଶାଘାଇ ବ୍ଲକ ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୪ ପଞ୍ଚାୟତର ସରପଞ୍ଚଙ୍କ ଯୋଗଦେଇଥିଲେ। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଥିବା ବେଳେ ଯଦି କେହି ବ୍ୟକ୍ତି ନିୟମ ନମାନନ୍ତି ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରପଞ୍ଚମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଲୋକମାନଙ୍କୁ ପଞ୍ଚାୟତସ୍ତରରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯିବା ସହ ଖାଦ୍ୟ, ପାନୀୟ ବ୍ୟବସ୍ଥା ଓ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବ୍ୟବସ୍ଥା କରିବାକୁ ସରପଞ୍ଚମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri