କରୋନା ମୁକାବିଲାକୁ ନେଇ ଛତିଶା ନିଯୋଗ ବୈଠକ: ଦର୍ଶନ, ଭୋଜନ ବ୍ୟବସ୍ଥା, ଗହଳି କଟକଣା ଉପରେ ଆଲୋଚନା

ପୁରୀ ଅଫିସ,୧୫।୩: କରୋନା ସତର୍କତାକୁ ନେଇ ଆରମ୍ଭ ହୋଇଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ଏଥିରେ ମୁଖ୍ୟ ପ୍ରଶାସକ ଡ . କ୍ରିଷନ କୁମାର ଅଧ୍ୟକ୍ଷତା କରିଛନ୍ତି। ବିଶେଷ କରି ଏହି ବୈଠକରେ ଶ୍ରୀମନ୍ଦିର ନୀତିକାନ୍ତି, ସେବାପୂଜା ଓ ଦର୍ଶନ ବ୍ୟବସ୍ଥା ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। କରୋନା ଭାଇରସ ସଂକ୍ରମଣକୁ ନେଇ ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସମସ୍ତ ସତର୍କତାମୂଳକ ପଦକ୍ଷେପକୁ ଉଭୟ ସେବାୟତ, ଭକ୍ତ ଏବଂ ଶ୍ରୀମନ୍ଦିର କର୍ମଚାରୀମାନେ କିଭଳି ଗ୍ରହଣ କରିବେ ସେନେଇ ପ୍ରସ୍ତାବ ରହିଛି। ବିଶେଷକରି କରୋନା ସଂକ୍ରମଣ ନିରାକରଣ ପାଇଁ କେତେକ ପରମ୍ପରା ଉପରେ କଟକଣା ଲାଗିପାରେ। ଗରୁଡ଼ ସ୍ତମ୍ଭକୁ ଛୁଇଁବା ଓ ଭିତର କାଠ ଦର୍ଶନ ଉପରେ ମଧ୍ୟ ନିୟନ୍ତ୍ରଣ କରାଯିବ। ଜଗମୋହନ ଭିତର ଏବଂ ଅରୁଣ ସ୍ତମ୍ଭ ପାଖରେ ଭକ୍ତଙ୍କ ଗହଳି ଉପରେ କଟକଣା କରାଯିବା ସମ୍ଭାବନା ରହିଛି। ଆନନ୍ଦ ବଜାରରେ ବସିବା ଏବଂ ଭୋଜନ ବ୍ୟବସ୍ଥା ଉପରେ କଟକଣା କରାଯିବ ।
ସବୁଠାରୁ ବଡ଼କଥା ହେଉଛି ଦର୍ଶନାର୍ଥୀମାନେ ମନ୍ଦିରରେ ଅରୁଣ ସ୍ତମ୍ଭ, ଗରୁଡ ସ୍ତମ୍ଭ ଏବଂ କୌଣସି ଦେବଦେବୀ କିମ୍ବା ପଦାର୍ଥ ଓ ବସ୍ତୁକୁ ଛୁଇଁବାକୁ ବାରଣ କରାଯିବ ।
ଆସନ୍ତା ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଭିତର କାଠ ଦର୍ଶନ ବନ୍ଦ ରହିବା ନେଇ ଆଲୋଚନା ହୋଇପାରେ। ପୁରୀରେ କରୋନା ଭଳି ଭୟଙ୍କର ଭାଇରସ ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କୁ କ୍ଷମତାପନ୍ନ କରାଯାଇଛି। କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥା କାର୍ଯ୍ୟକାରୀ ଉପରେ ସମସ୍ତ ନିଯୋଗ, ସେବକ ଓ ଯାତ୍ରୀ ସହଯୋଗ ପ୍ରଦାନ ପାଇଁ ଅନୁରୋଧ କରାଯିବ। ବୈଠକରେ ମୁଖ୍ୟତଃ ଏହି ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଚିଠିରେ ଉଲ୍ଳେଖ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri