କରୋନା ମୁକାବିଲାର ସମୀକ୍ଷା କଲେ ବିଧାୟକ

ଅନୁଗୋଳ ଅଫିସ, ୨୬।୪ – କରୋନାର ମୁକାବିଲା ନିମନ୍ତେ ଅନୁଗୋଳ ଜିଲା ପ୍ରଶାସନ କିଭଳି ପଦକ୍ଷେପ ନେଇଛି ସେ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଶନିବାର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ୍‌ଠାରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି, ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଓ ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ପ୍ରାକ୍‌ ଆକଳନ ଅନୁଯାୟୀ ରାଜ୍ୟ ବାହାରେ ଥିବା ୧୫ରୁ ୧୭ ହଜାର ଓଡ଼ିଆ ଜିଲାକୁ ଫେରି ଆସିବାର ସମ୍ଭାବନା ରହିଛି। ତେଣୁ ସମସ୍ତଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରିବା ସହ ଆସନ୍ତା ୫ ତାରିଖ ସୁଦ୍ଧା ଏ ନେଇ ସମସ୍ତ ପ୍ରକାର ବ୍ୟବସ୍ଥା ଶେଷ କରିବାକୁ ବିଧାୟକ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri