କରୋନା ଯନ୍ତ୍ରଣା: ଗଞ୍ଜାମରେ ଅଳିଆ ଗଦାରୁ ଖାଦ୍ୟ ସାଉଁଟୁଛନ୍ତି ଗୋରୁପଲ

ବ୍ରହ୍ମପୁର ଅଫିସ,୨୨।୪- କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକଡାଉନ (ତାଲା ବନ୍ଦ ) ସ୍ଥିତି ଜାରି ରହିଛି। ଏଥିଯୋଗୁ ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀମାନେ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ସମଗ୍ର ଗଞ୍ଜାମ ଜିଲାରେ ବୁଲା ଗାଈଗୋରୁ ଏବେ ଭୋକିଲା ରହୁଛନ୍ତି। ବ୍ରହ୍ମପୁର ମହାନଗରରେ କିଛି ଲୋକ ଓ ପ୍ରଶାସନ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ସହରରେ ବୁଲୁଥିବା ଗାଈ, କୁକୁର ପାଇଁ ରାଜ୍ୟ ସରକାର ଖାଦ୍ୟ ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ତାହା ସହର ଭିତରେ ବିଚରଣ କରୁଥିବା ଗୋରୁପଲ ଓ ବିଭିନ୍ନ ପ୍ରକାର ପଶୁଙ୍କ ପାଇଁ ସମୁଦ୍ରକୁ ଶଙ୍ଖେ ପାଣି ସଦୃଶ୍ୟ ହୋଇପଡିଛି। ହୋଟେଲଗୁଡିକ ବନ୍ଦ ହୋଇଯାଇଥିବାରୁ ବୁଲା ଗୋରୁପଲ ଅଧିକ ପ୍ରଭାବିତ ହୋଇଛନ୍ତି। ଏପରିକି ଗୋରୁପଲ ଖାଦ୍ୟ ନ ପାଇ ଛଟପଟ ହେଉଛନ୍ତି । କୁକୁର ପଲ ଏବେ ଲୋକଙ୍କ ଘର ଆଗରେ ଦିନସାରା ଜଗି ରହୁଛନ୍ତି। ଲୋକମାନେ ଘରର ବଳକା ଖାଦ୍ୟ କୁକୁର ମାନଙ୍କୁ ଦେଉଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ବୁଲା ଗାଈ ଗୋରୁଙ୍କ ଅବସ୍ଥା ଜଟିଳ ହୋଇପଡିଛି। ଅଳ୍ପସମୟ ପାଇଁ ଖୋଲା ଯାଉଥିବା ପନିପରିବା ଦୋକାନରୁ ଯାହାକିଛି ପଚାଷଢା ପନିପାରିବା ବାହାରୁଛି ତାହା ଦୋକାନୀ ବଜ଼ାର ଶେଷ ମୁଣ୍ଡରେ ଜମା ରଖିଥାଏ। ତାହାକୁ ଖାଦ୍ୟ ଭାବରେ ଗ୍ରହଣ କରୁଛନ୍ତି କିଛି ଗୋରୁପଲ। ହେଲେ ତାହା ସମସ୍ତ ଗାଈ ଗୋରୁଙ୍କ ଭାଗ୍ୟରେ ମିଳିନଥାଏ। ଅଧିକାଂଶ ଗାଈ ଗୋରୁ ଭୋକ ସମ୍ଭାଳିନପାରି ସହର ଭିତରେ ଥିବା ବିଭିନ୍ନ ଗାର୍ବେଜ ପଏଣ୍ଟ ରେ ଜମା ରହିଥିବା ଅଳିଆ ଆବର୍ଜନା ରୁ ଖାଦ୍ୟ ସଂଗ୍ରହ କରି ଖାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri