କରୋନା ଯୁଦ୍ଧର ନାୟିକା ରମା : କର୍କଟ ଆକ୍ରାନ୍ତ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଶଂସା

ହିଞ୍ଜିଳିକାଟୁ,୧୪ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୋମବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖଣ୍ଡରା ଅଙ୍ଗନୱାଡ଼ି କେନ୍ଦ୍ର-୧ର କର୍ମୀ ରମା ସାହୁଙ୍କୁ ପ୍ରଶଂସା କରିଛନ୍ତି। ରମା କର୍କଟ ରୋଗରେ ଆକ୍ରାନ୍ତ ଥାଇ ମଧ୍ୟ ଘର ଘର ବୁଲି ୨୦୧ ଜଣଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରିବା ସହ କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ଲୋକଙ୍କୁ ସଚେତନ କରିଛନ୍ତି। କଠିନ ପରିସ୍ଥିତିରେ କାର୍ଯ୍ୟ ଦକ୍ଷତା ନିମନ୍ତେ ରମାଙ୍କୁ କୋଭିଡ୍‌ -୧୯ ଯୁଦ୍ଧର ମହାନାୟିକା କୁହାଯାଇଛି।
୨୦୦୩ ମସିହାରୁ ଅଙ୍ଗନୱାଡି କର୍ମୀ ଭାବେ ନିଯୁକ୍ତି ପାଇଥିବା ରମା ତାଙ୍କର କାର୍ଯ୍ୟ କୁଶଳତା ପାଇଁ ଗ୍ରାମରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ୨ ସନ୍ତାନଙ୍କ ଅକାଳ ବିୟୋଗ ପରେ ସେ ନିଜ ପୁତୁରା (ଭାଇଙ୍କ ପୁଅ)ଙ୍କୁ ପୋଷ୍ୟପୁତ୍ର ଭାବେ ଗ୍ରହଣ କରିଛନ୍ତି। କର୍କଟ ଆକ୍ରାନ୍ତ ହେବା ପରେ ୨୦୧୪ରୁ ସେ କଟକସ୍ଥିତ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ଚିକିତ୍ସିତ ହୋଇ ଆସୁଛନ୍ତି। ସଂପ୍ରତି କୋଭିଡ୍‌ -୧୯ ମୁକାବିଲା ନିମନ୍ତେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ସେ ନିଷ୍ଠାର ସହ ତୁଲାଇ ଆସୁଛନ୍ତି। ଆବଶ୍ୟକ ସୁରକ୍ଷା ସରଞ୍ଜାମ ପିନ୍ଧି ଘର ଘର ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି। ଯେତେଦିନ ପର୍ଯ୍ୟନ୍ତ ପାରୁଛି ଜନସେବା କରିବି ବୋଲି ପ୍ରତିକ୍ରିୟାରେ କହିଛନ୍ତି ଅଙ୍ଗନଓ୍ବାଡି କର୍ମୀ ରାମା। ରମା ଦିଦିଙ୍କ କାମ ପ୍ରତି ଆନ୍ତରିକତା ସ୍ବତନ୍ତ୍ର ବୋଲି ସିଡ଼ିପିଓ ଶୁଭଶ୍ରୀ ପାତ୍ର କହିଛନ୍ତି। ହିଞ୍ଜିଳିକାଟୁ ତହସିଲଦାର ଗୋପୀନାଥ କୁଅଁର ଓ ବିଡ଼ିଓ ପ୍ରସନ୍ନ କୁମାର ପାତ୍ର ରମାଙ୍କ କାର୍ଯ୍ୟ ଶୈଳୀ ଅନ୍ୟମାନଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri