କରୋନା ଯୁଦ୍ଧରେ ଆଉ ଜଣେ ଯୋଦ୍ଧାଙ୍କ କାହାଣୀ

ଦେବଗଡ଼,୨୫ା୪(ଡି.ଏନ.ଏ.)
ଗତ ଜାନୁୟାରୀ ୨୯ରେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଆହତ ହୋଇଥିବା ମହିଳା କନ୍‌ଷ୍ଟେବଳ ସଂଯୁକ୍ତା ପାତ୍ର ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାନ୍ତି। ତଥାପି କରୋନା ମୁକାବିଲାରେ ତାଙ୍କ ସହକର୍ମୀମାନେ କାମରେ ଲାଗିଥିବାରୁ ଏହି ଯୁଦ୍ଧରେ ସେ ସାମିଲ ହୋଇଛନ୍ତି ା ଏପରି ଘଡିସନ୍ଧି ମୁହୂର୍ତ୍ତରେ ସେ ଜନସାଧାରଣଙ୍କ ସେବା କରିବାକୁ ନେଇଥିବା ପଦକ୍ଷେପ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ା ତାଙ୍କର ଏଭଳି ପଦକ୍ଷେପକୁ ଦେବଗଡ଼ ଏସ୍‌ପି ରାହୁଲ ଜୈନଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ପ୍ରଶଂସା କରିଛନ୍ତି ା
ମିଳିଥିବା ସୂଚନା ଅନୁଯାୟୀ, ବାରକୋଟ ଥାନାରେ କାର୍ଯ୍ୟରତ ସଂଯୁକ୍ତା ଗତ ଜାନୁୟାରୀ ୨୯ରେ ଦେବଗଡ଼ ସହରରେ ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିଲେ ା ଏହି ଦୁର୍ଘଟଣାରେ ତାଙ୍କର ସ୍ପାଇନାଲକଡ ଫ୍ରାକ୍ଚର ହୋଇଥିଲେ। ଦୀର୍ଘଦିନ ଧରି ତାଙ୍କୁ ଡାକ୍ତରଖାନାରେ ଚିକିତ୍ସିତ ହେବାକୁ ପଡିଥିଲା ା ଗତ ୬ ତାରିଖରେ ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଥିଲେ ା ଡାକ୍ତର ତାଙ୍କୁ ବିଶ୍ରାମ ନେବାପାଇଁ ପରାମର୍ଶ ମଧ୍ୟ ଦେଇଥିଲେ ା ମାତ୍ର କରୋନା ସଂକ୍ରମଣ ଜନିତ ଲକ୍‌ଡାଉନ ପରିପ୍ରେକ୍ଷୀରେ ତାଙ୍କ ସହକର୍ମୀମାନେ ଦିନରାତି ଏକ କରି ପରିଶ୍ରମ କରୁଥିବା ବେଳେ ସଂଯୁକ୍ତା ଘରେ ବିଶ୍ରାମ ନେବାକୁ ଉଚିତ୍‌ ମଣି ନ ଥିଲେ ା ଜଣେ ନିଷ୍ଠାପର କରୋନା ଯୋଦ୍ଧା ଭାବେ କର୍ତ୍ତବ୍ୟ ପାଳନ ପାଇଁ ସଂଯୁକ୍ତା ଗତ ୯ ତାରିଖରେ ନିଜ କାମରେ ଯୋଗଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri