କରୋନା ଯୋଗୁ ପନିପରିବା ଚାଷୀ ପ୍ରଭାବିତ, ଋଣ ଛାଡ଼ ଦାବି

ଗଞ୍ଜାମ, ୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ l ଏଥିପାଇଁ ସମସ୍ତ ଦୋକାନ ବଜାର, ହୋଟେଲ ଆଦି ବନ୍ଦ ରହିଛି। ଏହି ସମୟରେ ବିଶେଷ ଭାବେ ପନିପରିବା ଚାଷୀ ପ୍ରଭାବିତ ହେଉଛନ୍ତି। ଚଳିତ ବର୍ଷ ସବୁ ରକମର ପନିପରିବା ଭେଣ୍ଡି, ବାଇଗଣ, ଟମାଟୋ ଆଦି ବହୁ ପରିମାଣରେ ଉତ୍ପାଦନ ହୋଇଛି l କିନ୍ତୁ ବାହାରକୁ ପରିବା ଯାଇପାରୁ ନାହିଁ। ଯାହା ଫଳରେ ପରିବା ଦର ହ୍ରାସ ପାଇଛି l ବିଶେଷକରି ଟମାଟୋ ଓ ବାଇଗଣ ଅଭାବୀ ବିକ୍ରି ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛି। ତେଣୁ ଚାଷୀ କ୍ଷତି ସହିବା ଏକ ପ୍ରକାର ନିଶ୍ଚିତ ହୋଇଛି l ବର୍ତ୍ତମାନ ବାଇଗଣ କିଲୋ ପିଛା ୭ରୁ ୮ ଟଙ୍କା ଓ ଟମାଟ କିଲୋ ୫ ଟଙ୍କାରେ ଚାଷୀ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅନ୍ୟପଟେ ଗଞ୍ଜାମ ବ୍ଲକରେ ଶୀତଳ ଭଣ୍ଡାର ନାହିଁ, ଗ୍ରୀଷ୍ମ ପ୍ରଭାହ ବଢୁଛି l ତେଣୁ ଚାଷୀ ଅନ୍ୟ ଉପାୟ ନ ପାଇ ଶାଗମାଛ ଦରରେ ପରିବା ବିକ୍ରି କରୁଛନ୍ତି l ଚଳିତ ବର୍ଷ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ବିଭିନ୍ନ ଗ୍ରାମ ତଥା ବୁରୁଡ଼ି, ଶିପକୁଦା ଆଦି ଗ୍ରାମର ଚାଷୀ ଋଣ ଆଣି ଏହି ଚାଷ କରିଥାନ୍ତି l ଏଥିପାଇଁ ଋଣ ଛାଡ଼ କରିବାକୁ ସ୍ଥାନୀୟ ଅଞ୍ଚଳର ଚାଷୀ ସରକାର ଓ ପ୍ରଶାସନ ନିକଟରେ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri