କରୋନା ଯୋଦ୍ଧା ଭାବେ ଗଞ୍ଜାମ ଆଇଆଇସି ସମ୍ବର୍ଦ୍ଧିତ

ଗଞ୍ଜାମ,୩୧ା୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ପାଇଁ ଲୋକେ ଚିନ୍ତିତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ଏଥିପାଇଁ ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଦିନ ରାତି ଏକ କରିଛନ୍ତି। ଏହି କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ବନ୍ଦେ ଉତ୍କଳ ଜନନୀ ଗାନ ପାଇଁ ରାଜ୍ୟ ସରକାର ପରାମର୍ଶ ଦେଇଥିଲେ। ଏହାକୁ ରାଜ୍ୟବାସୀ ପାଳନ ମଧ୍ୟ କରିଛନ୍ତି । ଏହି ଅବସରରେ ସହରରେ କରୋନା ମୁକାବିଲା ନିମନ୍ତେ ଅତୁଳନୀୟ ଅବଦାନ ଯୋଗୁ ଗଞ୍ଜାମ ଥାନା ଆଇଆଇସି ଦିଲୀପ କୁମାର ସାହୁଙ୍କୁ ତ୍ରିବେଣୀ ଛକ ଯୁବକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ନିର୍ବାଚନ ଦୟିତ୍ୱରେ ଥିବା ବିଜେଡି ଯୁବନେତା ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷା ନୀଳାଞ୍ଚଳ ବାରିକ, ସାଗର ତରାଇ, ରଞ୍ଜିତ କୁମାର ସାହୁ, ଅଜୁ ସାହୁ, ଗଙ୍ଗା ରାଉଳ, ଶଙ୍କର ସାହୁ, ପିଣ୍ଟୁ ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ଥିଲେ l ସେହିପରି ସାନ ବଜାରଠାରେ ମଧ୍ୟ ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ମନୋଜ ପ୍ରଧାନ, ପପୁ ପଣ୍ଡା, ରତ୍ନାକର ଦଳାଇ, ବାପୁନି ପଣ୍ଡା ପ୍ରମୁଖ ସମ୍ବର୍ଦ୍ଧନା ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri