କରୋନା ଯୋଦ୍ଧା ସମ୍ମାନିତ

ଚୌଦ୍ୱାର,୨୬ା୫(ଡି.ଏନ୍‌.ଏ.): କରୋନା ଯୋଗୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଥିବା ବେଳେ କିଛି ଦିନ ସଟ୍‌ଡାଉନ ମଧ୍ୟ ଥିଲା। ଏହି ସମୟରେ କଟକ ଜିଲା ଚୌଦ୍ୱାର ସହରବାସୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସୁଥିବା ଡା. ରବିନ୍ଦ୍ର କୁମାର ମହାପାତ୍ରଙ୍କୁ ଓଡ଼ିଶା ବାପ୍‌ଟିଷ୍ଟ ଚର୍ଚ୍ଚ ତରଫରୁ କରୋନା ଯୋଦ୍ଧା ଭାବେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି।
ଲକ୍‌ଡାଉନ ସମୟରେ ଚୌଦ୍ୱାର ସହରର ସମସ୍ତ ଘରୋଇ ନର୍ସିଂହୋମ ବନ୍ଦ ରହିଥିଲା। ଏହି ସମୟରେ ରୋଗୀମାନେ ନାହଁି ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ସମୟରେ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ଚୌଦ୍ୱାର ଶାଖାରେ କର୍ତ୍ତବ୍ୟରତ ଡା.ମହାପାତ୍ର ଦିନକୁ ୨ବେଳା ୧୫୦ରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା କରିବା ସହିତ ସ୍ବାସ୍ଥ୍ୟକେନ୍ଦ୍ର ତରଫରୁ ମାଗଣାରେ ଓଷଧ ପ୍ରଦାନ କରୁଥିଲେ। ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଚର୍ଚ୍ଚର ସାମସନ୍‌ ରାଉତ, ଅରୁଣ କୁମାର ପାଢୀ, ଆଲୋକ କୁମାର ସାହୁ, ପରମ ସୁରଞ୍ଜନ ଦାସ୍‌, ଯୋନାଥନ୍‌ ସାହୁ, ନରେନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri