କରୋନା ଯୋଦ୍ଧାଙ୍କ ଘୋଷିତ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୮ା୫- ଚୁକ୍ତିଭିତ୍ତିକ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ (ମହିଳା) ଓ ଏଏନ୍‌ଏମ୍‌ମାନେ ଗୁରୁବାର ବଲାଙ୍ଗୀର ସିଡିଏମ୍‌ଓଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି ା ଏହି ଦାବି ଆଗାମୀ ୩୦ ଦିନ୍‌ ମଧ୍ୟରେ ପୂରଣ ନହେଲେ ସେମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ା ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦତ୍ତ ଦାବିପତ୍ରରେ କରୋନା ଯୋଦ୍ଧା ଭାବେ ଏହି ସ୍ବାସ୍ଥ୍ୟକର୍ମୀ ଓ ଏଏନ୍‌ଏମ୍‌ମାନେ ଆଗ ଧାଡିରେ ରହି ସେବା ଯୋଗାଇ ଆସୁଥିଲେ ମଧ୍ୟ ସେମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ତରଫରୁ ଘୋଷିତ ସହାୟତା ଓ ସୁବିଧା ମିଳୁନାହିଁ ବୋଲି ଉଲ୍ଲେଖ କରିଛନ୍ତି ା କୋଭିଡ୍‌-୧୯ ମୁକାବିଲାରେ କରୋନା ଯୋଦ୍ଧାଙ୍କୁ ଦୈନିକ ଭତ୍ତା, ୫୦ ଲକ୍ଷ ଟଙ୍କାର ଜୀବନବୀମା ଓ ଅନ୍ୟାନ୍ୟ ସୁବିଧା ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି ା ମାତ୍ର ଏହି ସ୍ବାସ୍ଥ୍ୟକର୍ମୀ ଓ ଏଏନ୍‌ଏମ୍‌ମାନଙ୍କୁ ଏହା ମିଳୁନାହିଁ ା ରାଜ୍ୟ ସରକାରଙ୍କ ନିୟମାନୁଯାୟୀ ୬ ବର୍ଷ କାମ କଲାପରେ ସେମାନଙ୍କ ଚାକିରୀକୁ ରେଗୁଲାର କରାଯିବା କଥା ା ମାତ୍ର ଏହା ହେଉନାହିଁ ା ଏନେଇ ଅନେକ ଥର ବିଭାଗୀୟ ଚିଠିପତ୍ର ସତ୍ତ୍ୱେ ଏହା ଅଟକି ରହିଛି ା ଏଣୁ ଶୀଘ୍ର ରେଗୁଲାର କରିବାକୁ ଦାବି କରିଥିଲେ ା ଯଥାଶୀଘ୍ର ଗ୍ରେଡେସନ୍‌ର ନିୟମ କାର୍ଯ୍ୟକାରୀ କରାଯିବା ସହ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବା ଓ ଅଗ୍ରୀମ ୪ ମାସର ଦରମା ପ୍ରଦାନ କରିବାକୁ ଦାବି ଜଣାଇଛନ୍ତି ା ଦାବିପତ୍ର ଗ୍ରହଣ କରିବା ପରେ ଏନେଇ ବିହିତ ପଦକ୍ଷେପ ନେବେ ବୋଲି ସିଡିଏମ୍‌ଓ ଡା ନାରାୟଣ ଥନାପତି ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri