କରୋନା ଯୋଦ୍ଧାଙ୍କୁ ଅଣଦେଖା ପ୍ରସଙ୍ଗ: ପ୍ରତିଶ୍ରୁତି ପରେ ଏମ୍‌କେସିଜି ମେଡିକାଲ ନର୍ସଙ୍କ ଧାରଣା ପ୍ରତ୍ୟାହୃତ

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ ସୁବିଧା ମିଳୁ ନ ଥିବା ପ୍ରତିବାଦରେ ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ନର୍ସ ଓ ସ୍ବାସ୍ଥ୍ୟକର୍ମୀ ତୀବ୍ର ଅସନ୍ତୋଷ ପ୍ରକାଶ କରିବା ସହ ଧାରଣାରେ ବସିଥିଲେ। ବ୍ରହ୍ମପୁର ଉପଜିଲାପାଳ ଧାରଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।
ସୂଚନାଯୋଗ୍ୟ, ଗତ ୯ଦିନ ମଧ୍ୟରେ ରାଜ୍ୟରେ ସବୁଠାରୁ ଅଧିକ କରୋନା ସଂକ୍ରମିତ ଗଞ୍ଜାମ ଜିଲାରେ ଚିହ୍ନଟ ହୋଇଛନ୍ତି। ସୋମବାର ମଧ୍ୟାହ୍ନ ସୁଦ୍ଧା ଜିଲାରେ ୧୩୭ ଜଣ ସଂକ୍ରମିତ ରହିଛନ୍ତି। ସଂକ୍ରମିତ ରୋଗୀଙ୍କୁ ସିତଲାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲରେ ରଖି ଚିକିତ୍ସା କରାଯାଉଛି। ସେଠାରେ ଏମ୍‌କେସିଜି ଷ୍ଟାଫ୍‌ନର୍ସ ସହ କୋଭିଡ-୧୯ ପାଇଁ ନିଯୁକ୍ତି ପାଇଥିବା ନର୍ସମାନେ କାର୍ଯ୍ୟରତ ଅଛନ୍ତି । ହେଲେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଏହି ନର୍ସଙ୍କୁ ସଠିକ୍‌ ସୁରକ୍ଷା ଉପକରଣ ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଛି । ସେମାନଙ୍କୁ ପର୍ଶନାଲ ପ୍ରୋଟେକ୍ସନ ଇକ୍ୟୁପ୍‌ମେଣ୍ଟ (ପିପିଇ), ଆବଶ୍ୟକୀୟ ମାସ୍କ, ଗ୍ଲୋଭ୍‌ସ ଆଦି ପ୍ରଦାନ କରାଯାଉ ନ ଥିବା ବେଳେ କୋଭିଡ ହସ୍ପିଟାଲରେ ପାନୀୟ ଜଳର ବ୍ୟବସ୍ଥା ନ ଥିବା ନର୍ସମାନେ ଅଭିଯୋଗ କରିଛନ୍ତି । ସମସ୍ତ ପ୍ରକାର ସୁବିଧା ପ୍ରଦାନ ଦାବିରେ ସୋମବାର ସକାଳୁ ନର୍ସମାନେ ଏମ୍‌କେସିଜି ମେଡିକାଲ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri