କରୋନା ଯୋଦ୍ଧାଙ୍କୁ ମିଳୁନି ଦରମା

ଅନୁଗୋଳ ଅଫିସ, ୧୯।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତ ଥିବା ୧୦୪ ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ୩ ମାସ ହେଲା ଦରମା ମିଳିନାହିଁ। ମେଡିକାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ କାରଣରୁ ଏହି କରୋନା ଯୋଦ୍ଧାମାନେ ଆର୍ଥିକ ଅନଟନର ଶିକାର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ଠିକାଦାରଙ୍କ ପାଖରୁ ଆରମ୍ଭ କରି ଉଚ୍ଚ କର୍ତ୍ତୃପକ୍ଷଙ୍କଠାରେ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ପଦକ୍ଷେପ ନିଆଯାଉ ନ ଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତି।
କର୍ମଚାରୀମାନ କହିଛନ୍ତି ଯେ, ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରୁ ଆଉଟ୍‌ସୋର୍ସିଂ ଭାବେ ଆଟେଣ୍ଡାଣ୍ଟ, ଫାର୍ମାସିଷ୍ଟ, ଷ୍ଟାଫ ନର୍ସ ଓ ଡ୍ରାଇଭର ଆଦି ପଦବୀରେ ୧୦୪ଜଣଙ୍କୁ ନିଯୁକ୍ତି ଦିଆଯାଇଥିଲା। କିନ୍ତୁ ଦରମା ଦେବା ସମୟ ହେଲେ ଆଜି ଦିଆଯିବ, କାଲି ଦିଆଯିବ କହି କର୍ତ୍ତୃପକ୍ଷ ସମୟ ଗଡ଼ାଇ ଚାଲିଛନ୍ତି। ସରକାର ମେଡିକାଲ କର୍ମଚାରୀଙ୍କୁ ଆଗୁଆ ୩ ମାସର ଦରମା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିବା ବେଳେ ଅନୁଗୋଳରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳୁଛି। ଶେଷଥର ପାଇଁ ଏହି କର୍ମଚାରୀମାନଙ୍କୁ ୨୦୧୯ ଡିସେମ୍ବର ମାସର ଦରମା ଦିଆଯାଇଥିଲା। ଏହାପରଠାରୁ ୩ ମାସର ଦରମା ଏଯାଏ ପ୍ରଦାନ କରାଯାଉନାହିଁ। କରୋନାକୁ ନେଇ ସବୁଠି ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ଏପରି କର୍ମଚାରୀମାରଣ ନୀତି ଅତ୍ୟନ୍ତ ଉଦ୍‌ବେଗର ବିଷୟ ବୋଲି କର୍ମଚାରୀମାନେ ପ୍ରକାଶ କରିଛନ୍ତି। ଏ ନେଇ ଭାରପ୍ରାପ୍ତ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ଏଡିଏମ୍‌ଓ) ଡାକ୍ତର ଶ୍ୟାମ ପ୍ରସାଦ ଦାସ କହିଛନ୍ତି, ଦରମା ବାବଦ ଫାଇଲରେ ଦସ୍ତଖତ କରିସାରିଛି। ଖୁବ୍‌ଶୀଘ୍ର ସମ୍ପୃକ୍ତ କର୍ମଚାରୀମାନଙ୍କୁ ପ୍ରାପ୍ୟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri