କରୋନା ରିପୋର୍ଟକୁ ଅପେକ୍ଷା: ହସ୍ପିଟାଲରେ ଏପ୍ରିଲ୍‌ ୨୬ଠାରୁ ପଡ଼ି ରହିଛି ମୃତଦେହ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ଏବେ ଯେକୌଣସି କାରଣରୁ ମୃତ୍ୟୁ ଘଟିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କରୋନା ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। କରୋନା ସଂକ୍ରମଣ ହୋଇଛି କି ନାହିଁ ତାହା ଜଣାପଡ଼ିଲା ପରେ ମୃତଦେହର ଅନ୍ତିମ ସଂସ୍କାର କରାଯାଉଛି। ଏଭଳି ଏକ ଘଟଣା ଦିଲ୍ଲୀର ରୋହିଣୀ ଅଞ୍ଚଳର ଖେରା ଖୁର୍ଦ ଅଞ୍ଚଳରେ ଘଟିଛି। ଏଠାରେ ବାସ କରୁଥିବା ୬୫ ବର୍ଷ ବୟସ୍କ ସୁବେ ସିଂଙ୍କର ଏପ୍ରିଲ୍‌ ୨୪ ରାତିରେ ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇପଡ଼ିଥିଲା। ତାଙ୍କୁ ଏପ୍ରିଲ୍‌ ୨୫ରେ ବାବା ସାହେବ ଭୀମରାଓ ଆମ୍ବେଡ଼କର ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏପ୍ରିଲ୍‌ ୨୬ରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ତାଙ୍କ ନମୁନା କରୋନା ପରୀକ୍ଷା ପାଇଁ ପଠାଯାଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ କହିଥିଲେ। ରିପୋର୍ଟ ଆସିବା ପରେ ମୃତଦେହ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରାଯିବ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଥିଲା। ବର୍ତ୍ତମାନ ସୁଦ୍ଧା ରିପୋର୍ଟ ନ ଆସିିବାରୁ ସୁବେ ସିଂଙ୍କର ମୃତଦେହ ହସ୍ପିଟାଲରେ ପଡ଼ିରହିଛି। ପରିବାର ସଦସ୍ୟଙ୍କ ଚିନ୍ତା ଏବେ ବଢ଼ିବାରେ ଲାଗିଛି। ଯଦି ରିପୋର୍ଟ କରୋନା ପଜିଟିଭ୍‌ ଆସେ ତେବେ ସମସ୍ୟା ବଢ଼ିଯିବ। ପୂର୍ବରୁ ରିପୋର୍ଟ ମିଳିଥିଲେ ହୁଏତ ସଂକ୍ରମଣ ଅଧିକ ହୋଇ ପାରି ନ ଥାନ୍ତା ବୋଲି ପରିବାର ସଦସ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri