କରୋନା ସଂକ୍ରମଣ: ଆମେରିକା-ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଲିବାକୁ କରୁଛନ୍ତି ଯୋଜନା; ମିଳିତ ରିସର୍ଚ୍ଚରେ ଫାଟ !

ଓ୍ବାଶିଂଟନ/ବେଜିଂ,୧୮।୪: ପୃଥିବୀରେ ହୋଇଥିବା କରୋନା ସଂକ୍ରମଣ ନେଇ ଏବେ ଆମେରିକା ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଳିବାକୁ ଯୋଜନା କରୁଛନ୍ତି। ଗଣମାଧ୍ୟମ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଯେ, ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ କରୋନା ସଂକ୍ରମଣ ହୋଇଛି କି ନାହିଁ ତାହାର ତଦନ୍ତ ଗୁପ୍ତଚର ସଂସ୍ଥା ଦ୍ୱାରା କରାଯାଉଛି। ସଂସ୍ଥାର ରିପୋର୍ଟରୁ କିଏ ଦୋଷୀ ତାହା ଖୁବ୍‌ ଶୀଘ୍ର ଜଣାପଡ଼ିବ। ଚାଇନା ପ୍ରତି ସମସ୍ତଙ୍କର ନଜର ରହିଥିବା ଟ୍ରମ୍ପ୍‌ କହିଛନ୍ତି। ଚାଇନାର ଉହାନ ସହର ଥିବା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ବାୟୋଲୋଜିର ଏକ ଲ୍ୟାବ୍‌ରେ କରୋନା ସଂକ୍ରମଣ ଉପରେ ପରୀକ୍ଷା ନିରୀକ୍ଷା ଜାରି ରହିଥିଲା। ତେବେ ବାଦୁଡ଼ିଙ୍କ ଉପରେ ହେଉଥିବା ପରୀକ୍ଷା ନିରୀକ୍ଷା ପାଇଁ ଆମେରିକା ଆବଶ୍ୟକ ଅନୁଦାନ ଯୋଗାଇ ଦେଉଥିବା ମଧ୍ୟ ଜଣାପଡ଼ିଛି। ଆମେରିକାର ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ପକ୍ଷରୁ ଲ୍ୟାବ୍‌କୁ ପ୍ରାଣୀଙ୍କ ଉପରେ ପରୀକ୍ଷା ନିରୀକ୍ଷା ପାଇଁ ଉହାନର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ବାୟୋଲୋଜିକୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା। ଆମେରିକା ଅନୁଦାନ ଯୋଗାଇ ଦେଇଥିବା ନେଇ ଖବର ପ୍ରକାଶ ପାଇବା ପରେ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଜାଣିଶୁଣି କାଠଗଡ଼ାରେ କେବଳ ଚାଇନାକୁ ଛିଡ଼ା କରାଇବା ଉଦ୍ଦେଶ୍ୟରେ ଗଣମାଧ୍ୟମ ସମ୍ମିଳନୀରେ ଆୟୋଜନ କରାଯାଇଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହାଯୋଗୁ ଆମେରିକା ଏବଂ ଚାଇନା ଦ୍ୱାରା କରାଯାଉଥିବା ମିଳିତ ରିସର୍ଚ୍ଚରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri