କରୋନା ସଂକ୍ରମଣ ନିରୋଧ ପାଇଁ ନିରତାରରେ ଗଠନହେଲା ସ୍ବତନ୍ତ୍ର କମିଟି

କଣ୍ଟାପଡ଼ା, ୧୪।୪(ଡି.ଏନ୍‌.ଏ.): ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ କେନ୍ଦ୍ର ସରକାର ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିଲେ। ଏବେ ମେ’ ୩ ତାରିଖ ପର୍ଯ୍ୟନ୍ତ ଦେଶରେ ଲକ୍‌ଡାଉନ ବଳବତ୍ତର ରହିବ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି।
ତେବେ ଲକ୍‌ଡାଉନ ହଟିବାପରେ ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ପାଇଁ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ଭି ନିରତାରରେ କରୋନା ସଂକ୍ରମଣ ନିରୋଧ ନିମନ୍ତେ ସୋମବାର ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଛି। କମିଟିର ଚେୟାରମ୍ୟାନ ଭାବେ ଅନୁଷ୍ଠାନର ନିର୍ଦ୍ଦେଶକ ଡାକ୍ତର ଶକ୍ତିପ୍ରସାଦ ଦାସ ରହିଥିବାବେଳେ ଡ. ପବିତ୍ର ସାହୁ ସଂକ୍ରମଣ ନିୟନ୍ତ୍ରକ, ଡ. କିଶୋର ମହାପାତ୍ର ଅସ୍ତ୍ରୋପଚାର ବିଭାଗ ପରିଚାଳନା ଦାୟିତ୍ୱରେ ରହିଛନ୍ତି। ସେହିପରି ପ୍ରଶାସନିକ ଉପନିର୍ଦ୍ଦେଶକ ରଶ୍ମିରଞ୍ଜନ ସେଠୀ ପ୍ରଶାସନିକ ପରିଚାଳନା ଓ ଡ. ଦୀପକ ସିଂ, ଡ. କେ.ଏସ୍‌. ରାଓ ଓ ଇଂ. ସତ୍ୟଜିତ ପଟ୍ଟନାୟକଙ୍କୁ ଅନ୍ୟାନ୍ୟ ଦାୟିତ୍ୱ ପ୍ରଦାନ କରାଯାଇଛି। ସହକାରୀ ମାର୍ଟନ ହେମନ୍ତ ମଞ୍ଜରୀ ଦେଇଙ୍କୁ ମହିଳା ୱାର୍ଡର ସଂକ୍ରମଣ ନିରୋଧ ଦାୟିତ୍ୱ ପ୍ରଦାନ କରାଯାଇଛି। ଲକ୍‌ଡାଉନ ହଟିବାପରେ ନିରତାରରେ ଦିବ୍ୟାଙ୍ଗଙ୍କ ଚିକିତ୍ସା ପାଇଁ ଭିଡଲାଗିବା ସମ୍ଭାବନାକୁ ଦୃଷ୍ଟିରେ ରଖି ନିରତାର ପରିସରକୁ ସଂକ୍ରମଣ ମୁକ୍ତ ରଖିବା ପାଇଁ ଉକ୍ତ କମିଟି ଗୁରୁତ୍ୱ ଦେବ ବୋଲି କମିଟିର ମୁଖ୍ୟ ଡା. ଦାସ କହିଛନ୍ତି।
ସୂଚନାଯୋଗ୍ୟ, ନିରତାରରେ କେବଳ ଜରୁରୀ ଚିକିତ୍ସା ଚାଲୁଥିବାବେଳେ ଚିକିତ୍ସାଧୀନ ଅନ୍ତେବାସୀ ଦିବ୍ୟାଙ୍ଗଙ୍କୁ ଘରକୁ ପଠାଇ ଦିଆଯାଇଛି। ସେହିପରି ୫୦ଭାଗ କର୍ମଚାରୀଙ୍କୁ ଛୁଟି ଦିଆଯାଇଥିବାବେଳେ ନିରତାର ଶିକ୍ଷାନୁଷ୍ଠାନ, ଛାତ୍ରୀ ଓ ଛାତ୍ରାବାସ ଖାଲି କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri