କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨ରେ ରହିଛି। ଇତିମଧ୍ୟରେ ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪ ଲକ୍ଷ ୩୦ ହଜାର ୧୬୭ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୧୮୩ ଛୁଇଁଛି। ୧୬ ଲକ୍ଷ ୬୧ ହଜାର ୫୦୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କରୋନା ସଂକ୍ରମଣ ତାଲିକାର ପ୍ରଥମ ସ୍ଥାନରେ ଆମେରିକା ରହିଛି। ଏଠାରେ ସର୍ବାଧିକ ୧୪ ଲକ୍ଷ ୩୦ ହଜାର ୩୪୮ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେହିପରି ଆମେରିକାରେ କରୋନା ସଂକ୍ରମଣ ଯୋଗୁ ମୃତକଙ୍କ ସଂଖ୍ୟା ୮୫ ହଜାର ୧୯୭ ରହିଛି। ସ୍ପେନ୍‌ କରୋନା ସଂକ୍ରମଣରେ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ୨ଲକ୍ଷ ୭୧ ହଜାର ୯୫ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୭ ହଜାର ୧୦୪ ରହିଛି। ରୁଷ୍‌ କରୋନା ସଂକ୍ରମଣରେ ତୃତୀୟ ସ୍ଥାନରେ ରହିଛି। ରୁଷ୍‌ରେ ମୃତକଙ୍କ ସଂଖ୍ୟା ୨ ହଜାର ୨୧୨ ଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୪୨ ହଜାର ୨୭୧ ରହିଛି। କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବ୍ରିଟେନ୍‌ ଚତୁର୍ଥ ସ୍ଥାନରେ ରହିଛି। ଏଠାରେ ମୃତକଙ୍କ ସଂଖ୍ୟା ୩୩ ହଜାର ୧୮୬ ରହିଛି। ସେହିପରି ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୨୯ ହଜାର ୭୦୫ ରହିଛି। ଇଟାଲି ଏହି ତାଲିକାର ପଞ୍ଚମ ସ୍ଥାନରେ ରହିଛି। ଏଠାରେ କରୋନା ମୃତକଙ୍କ ସଂଖ୍ୟା ୩୧ ହଜାର ୧୦୬ ଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୨୨ ହଜାର ୧୦୪ ରହିଛି। ତାଲିକାର ଷଷ୍ଠ ସ୍ଥାନରେ ବ୍ରାଜିଲ୍‌, ସପ୍ତମରେ ଫ୍ରାନ୍ସ୍‌, ଅଷ୍ଟମରେ ଜର୍ମାନୀ, ନବମରେ ତୁର୍କୀ, ଦଶମ ସ୍ଥାନରେ ଇରାନ, ଏକାଦଶ ସ୍ଥାନରେ ଚାଇନା ଏବଂ ଦ୍ୱାଦଶ ସ୍ଥାନରେ ଭାରତ ରହିଛି। ଭାରତରେ ୭୮ ହଜାର ୧୨୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୨ ହଜାର ୫୪୯ ଛୁଇଁଛି। ଗୁରୁବାର ସୁଦ୍ଧା ୨୬ ହଜାର ୨୩୪ ସଂକ୍ରମିତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୭୨୫ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ ଏହି ସମୟ ମଧ୍ୟରେ ସର୍ବାଧିକ ୧୯୪୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହା ପୂର୍ବରୁ ଗତ ମଙ୍ଗଳବାର ୨୪ ଘଣ୍ଟା ମଧ୍ୟରେ ୧୯୦୫ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିଲେ। ସମ୍ପ୍ରତି ୪୯ ହଜାର ୨୧୯ ସଂକ୍ରମିତଙ୍କ ଚିକିତ୍ସା ଜାରି ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri