କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ

ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ ବିକଶିତ ରାଷ୍ଟ୍ରମାନେ ଆଫ୍ରିକୀୟ ଦେଶ ଗୁଡ଼ିକଠାରୁ ଶିକ୍ଷାଲାଭର ଆବଶ୍ୟକତା ରହିଛି। ଆଫ୍ରିକୀୟ ଦେଶରେ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ପୂର୍ବରୁ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଫଳରେ ଏଠାରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ତୁଳନାତ୍ମକ ଭାବେ କମ୍‌ ରହିଛି। ଅନ୍ୟ ବିକଶିତ ଦେଶ ଆଫ୍ରିକୀୟ ଦେଶରେ ଗ୍ରହଣ କରାଯାଇଥିବା ପ୍ରଣାଳୀକୁ ଗ୍ରହଣ କରିବା ଉଚିତ। ଆଫ୍ରିକୀୟ ଦେଶଗୁଡ଼ିକରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ ହଜାର ୨୨୫ ରହିଛି। ସେହିପରି ଏସବୁ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୯୨୫ ଛୁଇଁଛି। ଅପରପକ୍ଷରେ ବିକଶିତ ଦେଶ ଆମେରିକା, ରୁଷ୍‌, ସ୍ପେନ୍‌, ବ୍ରାଜିଲ୍‌, ବିଟ୍ରେନ୍‌, ଇଟାଲି, ଫ୍ରାନ୍ସ୍‌ ଆଦିରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଅଧିକ ରହିଛି। ବିକଶିତ ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ପ୍ରାରମ୍ଭିକ ସମୟରୁ ଉଦ୍ୟମ ହୋଇଥିଲେ ସୁଫଳ ମିଳିଥାନ୍ତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri