କରୋନା ସଂକ୍ରମଣ ରୋକିବାକୁ ରଜ ଉତ୍ସବ ପାଳନରେ କଟକଣା: ସରପଞ୍ଚଙ୍କ ସହ କଥା ହେଲେ ଜିଲାପାଳ

କେନ୍ଦୁଝର,୧୩ା୬ (ସ୍ବ.ପ୍ର.) ଚଳିତ ବର୍ଷ ରଜ ପର୍ବ ପାଳନ ଅବସରରେ ମହାମାରୀ କରୋନା ଭାଇରସ୍‌ର ସଂକ୍ରମଣକୁ ପ୍ରତିରୋଧ କରିବା ସମ୍ପର୍କରେ ଜିଲାପାଳ ଆଶିଷ ଠାକରେ ଜିଲାର ସରପଞ୍ଚମାନଙ୍କ ସହିତ କଥା ହୋଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଜିଲାପାଳ ଜିଲାରେ ୩ମାସ ଧରି କୋଭିଡ୍‌-୧୯ ସଂକ୍ରମଣକୁ ନିୟନ୍ତ୍ରଣ କରିବାରେ ସରପଞ୍ଚମାନେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ଧନ୍ୟବାଦ ଜଣାଇଥିଲେ। ଏତଦ୍‌ବ୍ୟତୀତ ତୃଣମୂଳସ୍ତରରେ ସଂକ୍ରମଣ ପ୍ରତିରୋଧ ପାଇଁ ଦିନରାତି କାର୍ଯ୍ୟ କରୁଥିବା ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ, କର୍ମୀମାନଙ୍କର ଅବଦାନକୁ ଉଚ୍ଚ ପ୍ରଶଂସା କରିଥିଲେ। ଦେଶର ବିଭିନ୍ନ ରାଜ୍ୟରୁ ଏବଂ ବିଦେଶରୁ ପ୍ରବାସୀମାନଙ୍କର ଘର ବାହୁଡ଼ା ହେଉଥିବାରୁ କରୋନା ଭାଇରସ୍‌ର ସଂକ୍ରମଣର ଆଶଙ୍କା ରହିଛି। ରଜ ପର୍ବ ଜିଲାର ଗଣପର୍ବ ହୋଇଥିବାରୁ ଜନଗହଳି ହେଲେ କରୋନା ସଂକ୍ରମଣର ଆଶଙ୍କା ରହିଛି। ସାମାନ୍ୟ ଅବହେଳା ସଂକ୍ରମଣ ବଢିବାର କାରଣ ହୋଇପାରେ। ଏଣୁ ସଂକ୍ରମଣରୁ ରକ୍ଷା କରିବା ପାଇଁ ଚଳିତ ବର୍ଷ ରଜ ପର୍ବ ପାଳନରେ କଟକଣା ଜାରି କରାଯାଇଛି ବୋଲି ଜିଲାପାଳ ଅବଗତ କରାଇଥିଲେ। ରଜ ପର୍ବ ପାଳନ ଅବସରରେ ଜନଗହଳି ଏଡ଼ାଇବା ପାଇଁ ରଜ ଉତ୍ସବ, ରଜ ମହୋତ୍ସବ, ପାରମ୍ପରିକ ଦୋଳି ଖେଳ ଏବଂ ଅନ୍ୟାନ୍ୟ ଖେଳକୁଦକୁ ବାରଣ କରାଯାଇଛି। ଏହି ସମୟ ମଧ୍ୟରେ ଧାର୍ମିକ ପୀଠସ୍ଥଳୀମାନଙ୍କରେ ପୂଜାର୍ଚ୍ଚନା ବାରଣ କରାଯାଇଛି। ରଜ ପର୍ବର ପ୍ରସ୍ତୁତି ପାଇଁ ହାଟ, ଦୋକାନ ବଜାରରୁ ଜିନିଷ କିଣାକିଣି ବେଳେ ଗହଳି ନ କରି ସାମାଜିକ ଦୂରତ୍ୱ ବଜାୟ ରଖି ଜିନିଷ କିଣାକିଣି କରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ଏତଦ୍‌ବ୍ୟତୀତ ଶ୍ରମଜୀବୀମାନଙ୍କୁ ମନରେଗା କାର୍ଯ୍ୟକ୍ରମରେ କାମ ଯୋଗାଇ ଦେବା, ପ୍ରତି ଗାଁରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରିବା ଉପରେ ସରପଞ୍ଚମାନେ ଗୁରୁତ୍ୱାରୋପ କରିବାକୁ ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri