କରୋନା ସଂକ୍ରମଣରୁୁ ନିଜ ଶିଶୁକୁ ବଞ୍ଚାଇବାକୁ ଯଶୋଦା ପାଲଟିଲେ ୨ମା’

ଗାଙ୍ଗଟକ୍‌,୧୫।୬: ଭଗବାନ କୃଷ୍ଣଙ୍କୁ ମା’ ଦେବକୀ ଜନ୍ମ ଦେଇଥିଲେ କିନ୍ତୁ ତାଙ୍କୁ ମାତୃତ୍ୱର ସ୍ନେହ ଯଶୋଦାଙ୍କଠାରୁ ମିଳିଥିଲା। ତେବେ ବିଶ୍ୱ ମହାମାରୀରେ କିଛି ଏଭଳି କାହାଣୀ ଦେଖିବାକୁ ମିଳିଛି। ଯେଉଁଠାରେ କରୋନା ସଂକ୍ରମଣରୁ ନିଜ ଶିଶୁକୁ ବଞ୍ଚାଇବା ପାଇଁ ୨ ମା’ ଯଶୋଦା ପାଲଟିଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସିକ୍କିମରେ। ଏହି ରାଜ୍ୟରେ କରୋନା ପ୍ରକୋପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଇତିମଧ୍ୟରେ ଏଠାରେ ଏକ ରୋଚକ ମାମଲା ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ରାଜ୍ୟରେ ଜଣେ ମହିଳାଙ୍କ ୨୭ମାସର ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ମହିଳାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଉକ୍ତ ଶିଶୁ ସଂକ୍ରମିତ ହେବା  ରାଜ୍ୟରେ ପ୍ରଥମ। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଉକ୍ତ ଶିଶୁକୁ ମା’ଠାରୁ ଅଲଗା ରଖାଯାଇଛି। ହେଲେ ଏତେ ଛୋଟ ପିଲାକୁ ଏକୁଟିଆ ରଖିବା ଅସମ୍ଭବ ହେବା ସହ କଷ୍ଟକର ହୋଇପଡ଼ିଥିଲା। ଠିକ୍‌ ସେହି ସମୟରେ ଆଉ ଜଣେ ମହିଳାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। କିନ୍ତୁ ତାଙ୍କର ୬ବର୍ଷର ଶିଶୁ ପୁରା ସୁସ୍ଥ ଥିଲେ। ତେବେ ସଂକ୍ରମଣରୁ ନିଜ ଶିଶୁକୁ ବଞ୍ଚାଇବା ପାଇଁ ୨ମା’ ନିଆରା ଉପାୟ ଆପଣାଇବା ସହ ପରସ୍ପର ମଧ୍ୟରେ ନିଜ ଶିଶୁକୁ ବଦଳାଇ ଦେଇଥିଲେ। ଅର୍ଥାତ୍‌ ସଂକ୍ରମିତ ଶିଶୁର ଦେଖାଶୁଣା ପାଇଁ ତାଙ୍କ ପାଖରେ ସଂକ୍ରମିତ ମହିଳା ରହିଥିବା ବେଳେ ସୁସ୍ଥ ଶିଶୁର ଯତ୍ନ ନେବା ପାଇଁ ସୁସ୍ଥ ମହିଳା ରହିଥିଲେ। ଦୁହିଁଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଅପରପକ୍ଷେ ସଂକ୍ରମିତ ମହିଳା ଓ ଶିଶୁ ଏବେ ସୁସ୍ଥ ହେଉଥିବା ଜଣାପଡ଼ଛି। ଏହି ଘଟଣା ସମସ୍ତଙ୍କ ପାଇଁ ପ୍ରେରଣାଦାୟକ ସାଜିଥିବା ବେଳେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri