କରୋନା ସଙ୍କଟରେ ଆତଙ୍କବାଦୀଙ୍କ ବ୍ଲୁ-ପ୍ରିଣ୍ଟ୍‌: ଚାକିରି ହରାଇଥିବା ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରିବାକୁ ଯୋଜନା କରୁଛନ୍ତି ଜୈଶ୍‌-ଲଶ୍କର-ହିଜବୁଲ୍‌ ମୁଜାହିଦ୍ଦିନ୍‌

ବ୍ରସେଲ୍ସ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ବହୁ ଯୁବବର୍ଗ ଚାକିରି ହରାଇ ବେକାର ରହିଛନ୍ତି। ଏପରିସ୍ଥଳେ ଜୈଶ୍‌, ଲଶ୍କର ଏବଂ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆଦି ଆତଙ୍କବାଦୀ ସଂଗଠନ ସେମାନଙ୍କ ବ୍ରେନ୍‌ ଡ୍ରେନ୍‌ କରାଇବାର ଯୋଜନା କରୁଛନ୍ତି। ବେକାର ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରାଯିବା ଲାଗି ବ୍ଲୁ-ପ୍ରିଣ୍ଟ୍‌ ପ୍ରସ୍ତୁତ ହୋଇଛି। ଏସମ୍ପର୍କରେ ବେଲଜିୟମ୍‌ର ଏକ ଟିଙ୍କ୍‌ ଟାଙ୍କ୍‌ ସଂସ୍ଥା ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଜୈଶ୍‌ ମହମ୍ମଦ, ଲଶ୍କର-ଇ-ତୋଏବା ଏବଂ ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଂଗଠନ ପକ୍ଷରୁ ନୂତନ ନିଯୁକ୍ତି କରାଯିବା ଲାଗି ଉଦ୍ୟମ ଜାରି ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। କରୋନା ଯୋଗୁ ଦେଖାଦେଇଥିବା ଆର୍ଥିକ ସଙ୍କଟର ଲାଭ ଉଠାଇ ଏସବୁ ଆତଙ୍କବାଦୀ ସଂଗଠନ ନିଜ ନିଜର କାୟା ବିସ୍ତାର ଲାଗି ଯୋଜନା କରୁଥିବା ବ୍ରସେଲ୍ସ୍‌ ସ୍ଥିତ ଥିଙ୍କ ଟାଙ୍କ୍‌ ଏବଂ ଦକ୍ଷିଣ ଏସିଆ ଡେମୋକ୍ରାଟିକ୍‌ ଫ୍ରଣ୍ଟ୍‌ର ନିର୍ଦ୍ଦେଶକ ଡ. ସିଗ୍‌ଫ୍ରିଡ୍‌ ଓ୍ବଲ୍ଫ ସୂଚନା ଦେଇଛନ୍ତି। ଆତଙ୍କବାଦ ସଂଗଠନଗୁଡ଼ିକ ବହୁ ପୂର୍ବରୁ ଏଭଳି ଏକ ସୁଯୋଗର ଅପେକ୍ଷାରେ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri