କରୋନା ସଙ୍କଟରେ ବି ଟେଷ୍ଟ୍‌ କିଟ୍‌ ବିକ୍ରିରେ ୧୪୫ ପ୍ରତିଶତ ଲାଭ ନେଇଛନ୍ତି ଆମଦାନୀକାରୀ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ଚାଇନାରୁ ଆସିଥିବା ଟେଷ୍ଟ୍‌ କିଟ୍‌ ବିକ୍ରିରେ ଆମଦାନୀକାରୀ ୧୪୫ ପ୍ରତିଶତ ଲାଭ ନେଇଥିବା କୁହାଯାଉଛି। ଚାଇନାରୁ ଏହି କିଟ୍‌ ୨୪୫ ଟଙ୍କାରେ କିଣା ଯାଇଥିବାବେଳେ ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌)କୁ ଏହା ୬୦୦ ଟଙ୍କାରେ ବିକ୍ରି କରାଯାଇଛି। ଆଇସିଏମ୍‌ଆର୍‌ ପକ୍ଷରୁ ୫ ଲକ୍ଷ କିଟ୍‌ ଲାଗି ଅର୍ଡର ଦିଆଯାଇଥିଲା। ଏହି ଖବର ଜଣାପଡ଼ିବା ପରେ ଦିଲ୍ଲୀ ହାଇକୋର୍ଟ ଏହାର ବିଚାର କରି କିଟ୍‌କୁ ୪୦୦ ଟଙ୍କାରେ ବିକ୍ରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଦ୍ୱାରା ମଧ୍ୟ ବିତରକଙ୍କର ୬୧ ପ୍ରତିଶତ ଲାଭ ହେଉଥିବା ବିଚାରପତି ନାଜ୍‌ମି ଓ୍ବଜିରି କହିଛନ୍ତି। ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ର ଏକମାତ୍ର ବିତରକ ଭାବେ ରେୟର ମେଟାବୋଲିକ୍ସ୍‌ ପକ୍ଷରୁ କିଟ୍‌ ଆମଦାନୀ କରିଥିବା ମେଟ୍ରିକ୍ସ୍‌ ଲ୍ୟାବ ବିରୋଧରେ ଏକ ଜନସ୍ବାର୍ଥ ମାମଲା ଦିଲ୍ଲୀ ସୁପ୍ରିମ୍‌ କୋର୍ଟରେ ଦାଖଲ କରାଯାଇଥିଲା। ସୂଚନାଯୋଗ୍ୟ, ଟେଷ୍ଟ୍‌ କିଟ୍‌ ଗୁଡ଼ିକ ଚାଇନାର ଓ୍ବାଡଫୋ ବାୟୋଟେକ୍‌ଠାରୁ ଆମଦାନୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri