କରୋନା ସଚେତନ କଲା ପ୍ରଶାସନ

ଦିଗପହଣ୍ଡି,୬ା୪(ଡି.ଏନ୍‌.ଏ.): ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳଗୁଡିକରେ ଶଟଡାଉନ ସମୟରେ ବିନା କାରଣରେ କେହି ବ୍ୟକ୍ତି ଘରୁ ବାହାରିଲେ ଫୌଜଦାରୀ ମକଦ୍ଦମା ରୁଜୁ କରାଯିବ ବୋଲି ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର ଶବର, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପ୍ରମୁଖ ସହରର ପ୍ରତି ସାହି ବସ୍ତି ବୁଲିବା ସହ କରୋନା ଭୟାବହତା ସମ୍ପର୍କରେ ଲୋକଙ୍କୁ ସଚେତନ କରାଇଛନ୍ତି। ବଜାର ବସଷ୍ଟାଣ୍ଡ ଇଲାକାରେ ବିଭିନ୍ନ ତେଜରାତି ଦୋକାନ ଆଗରେ ସାମାଜିକ ଦୂରତା ରକ୍ଷା କରାଯାଉ ନ ଥିବା ଦେଖି ଦୋକାନୀଙ୍କୁ ତାଗିଦ କରିଥିଲେ। କେତେଜଣ ବରିଷ୍ଠ ନାଗରିକ ବସଷ୍ଟାଣ୍ଡ ଓ ବଜାରକୁ ଆସିଥିବାରୁ ସେମାନଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ କିଛି ଯୁବକ ବାଇକ ଯୋଗେ ଘୁରି ବୁଲୁଥିବା ଖବରପାଇ ତହସିଲଦାରଙ୍କ ସମେତ ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତଙ୍କ ନେତୃତ୍ୱରେ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ସମ୍ପୃକ୍ତ ଗାଁ ରେ ଅତର୍କିତ ଚଢ଼ାଉ କରି ଯୁବକମାନଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri