କରୋନା ସଚେତନ ହେଲେ ଦଇତାପତି ସେବକ

ପୁରୀ ଅଫିସ,୧୫ା୫: ଆଗକୁ ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା। ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବାକୁ ହେଲେ ସମ୍ପୃକ୍ତ ସେବକମାନଙ୍କୁ ଏବେଠାରୁ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବାକୁ ହେବ। ତେଣୁ ଆଗୁଆ ସତର୍କତା ଅବଲମ୍ବନ କରିଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନଯାତ୍ରା ଓ ରଥଯାତ୍ରା ସହ ସମ୍ପୃକ୍ତ ସମସ୍ତ ସେବକଙ୍କ କୋଭିଡ ଟେଷ୍ଟ ସହ ସେମାନଙ୍କୁ କ୍ବାରାଣ୍ଟାଇନରେ ରଖାଯିବା ଲାଗି ନିଷ୍ପତ୍ତି ହୋଇଛି। କରୋନାଠାରୁ କିପରି ଦୂରେଇ ରହିହେବ, କ’ଣ ପ୍ରତିଷେଧକ ବ୍ୟବସ୍ଥା ଆବଶ୍ୟକ, ସଙ୍ଗରୋଧର ନିୟମ କ’ଣ ସେ ସବୁ ବିଷୟରେ ଶୁକ୍ରବାର ଦଇତାପତି ସେବକମାନଙ୍କୁ ସଚେତନ କରାଯାଇଛି। ହାତ ସଫା ରଖିବା, ସାମାଜିକ ଦୂରତ୍ୱ ରକ୍ଷା ଏବଂ ମାସ୍କ ପରିଧାନ ପାଇଁ ପରାମର୍ଶ ଦିଆଯାଇଥିଲା।
ନିଳାଦ୍ରି ଭକ୍ତନିବାସ ସମ୍ମିଳନୀ କକ୍ଷରେ ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନୀଳକଣ୍ଠ ମିଶ୍ର, ଏଡିଏମ୍‌ଓ (ପରିବାର କଲ୍ୟାଣ) ଦେବୀ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ଦଇତାପତିମାନେ ଘରେ ସଙ୍ଗରୋଧରେ ରହିବା ସହ ମୁହଁରେ ଗାମୁଛା ବାନ୍ଧିବେ ବୋଲି କାର୍ଯ୍ୟକ୍ରମରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri