‘କରୋନା’ ସଚେତନତା କାର୍ଯ୍ୟକ୍ରମରେ ଯାତ୍ରା କଳାକାର ଦୈତାରୀ, ଦାମ

ଔପଦା,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ବଜାର ଓ ଗଡ଼ସାହି ହାଟରେ ଗୁରୁବାର ଅପରାହ୍ନରେ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଜନହିତ ଯୁବକ ସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଯାତ୍ରା କଳାକାର ଦୈତାରୀ ପଣ୍ଡା ଓ ଦାମୋଦର ପଣ୍ଡା ସାମିଲ ହୋଇଥିଲେ।
ଖଇରା ଜନହିତ ଯୁବକ ସଂଘର ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ଔପଦା ବଜାରରେ ପହଞ୍ଚିଥିଲେ। ବିଶିଷ୍ଟ ଯାତ୍ରା କଳାକାର ଦୈତାରୀ ପଣ୍ଡା ଓ ଦାମ ପଣ୍ଡା ସ୍ବେଚ୍ଛାସେବୀମାନଙ୍କ ସହ ସାମିଲ ହୋଇ ଏକ ମୋଟରସାଇକେଲ ଶୋଭାଯାତ୍ରାରେ ଘଣ୍ଟା ବଜାଇ କରୋନାକୁ ଭୟ କର ନାହଁି, ସତର୍କ ରୁହ ସ୍ଲୋଗାନ ଦେଇ ଗଡ଼ସାହି ହାଟରେ ପହଞ୍ଚିଥିଲେ। ସେଠାରେ ସ୍ଥାନୀୟ ସ୍ବେଚ୍ଛାସେବୀମାନେ ତାଙ୍କ ସହ ଯୋଗଦେଇଥିଲେ। ଗଡ଼ସାହି ହାଟ ମଧ୍ୟସ୍ଥ ଏକ ଖୋଲା ସ୍ଥାନରେ ସ୍ବେଚ୍ଛାସେବୀମାନଙ୍କ ସହ କଳାକାର ଦୈତାରୀ ପଣ୍ଡା ଲୋକଙ୍କୁ ସାବୁନରେ ଦିନକୁ ବାରମ୍ବାର ହାତ ଧୋଇବା ସହ କାଶ, ଛିଙ୍କ, ଜ୍ୱର ହୋଇଥିବା ବ୍ୟକ୍ତିଙ୍କଠାରୁ ଏକ ମିଟର ଦୂରତାରେ ରହିବା ସହ ଅଯଥା ଭିଡ଼ରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ। ବିଦେଶରୁ ଫେରିଥିବା ବ୍ୟକ୍ତିଙ୍କ ସହ ମିଳାମିଶା ନ କରିବା ଭଲ ଏବଂ କାଶ ଜ୍ୱର ନ ଛାଡ଼ିଲେ ନିକଟସ୍ଥ ଡାକ୍ତରଖାନା ଯାଆନ୍ତୁ ବୋଲି ନିବେଦନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri