କରୋନା ସଚେତନତା ନେଇ ଭିଡିଓ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଭାଇରସ ପାଇଁ ସମଗ୍ର ବିଶ୍ୱ ଥରଥର। ଏହି ମାରାତ୍ମକ ରୋଗ ପାଇଁ କୌଣସି ଔଷଧ ନାହିଁ। ସଚେତନତା ହିଁ ଏକମାତ୍ର ପନ୍ଥା। ଏହି ରୋଗର ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସଚେତନତା ହିଁ କବେଳ ଏହି ରୋଗ କବଳରୁ ମୁକ୍ତି ଦେଇ ପାରିବ। ସରକାର ଏଥିପାଇଁ ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଯେଉଁ ବ୍ୟକ୍ତି ବିଦେଶରୁ ୨୪ ଘଣ୍ଟା ଭିତରେ ଆସିଛନ୍ତି କିମ୍ବା ଆସୁଛନ୍ତି ସେମାନେ ୧୦୪ ନମ୍ବରକୁ ଫୋନ କରି କିମ୍ବା ଅନଲାଇନ ପୋର୍ଟାଲ https://covid19,odisha.gov.in ଜରିଆରେ ନିଜର ନାମ ପଞ୍ଜୀକୃତ କରି ପାରିବେ। ସେମାନଙ୍କୁ ନିଜର ଟେଲିଫୋନ ନମ୍ବର ସହ ଅନ୍ୟାନ୍ୟ ଆବଶ୍ୟକ ବିବରଣୀ ଦେବାକୁ ହେବ। ପରିବାର ସଦସ୍ୟ, ବନ୍ଧୁବାନ୍ଧବ ବିଦେଶାଗତମାନଙ୍କ ପାଇଁ ନାମ ପଞ୍ଜୀକୃତ କରି ପାରିବେ। ଏହାଛଡା ଯେଉଁ ବ୍ୟକ୍ତି ବିଦେଶରୁ ଆସୁଛନ୍ତି ସେମାନେ ନିଜ ଘରେ ୧୪ ଦିନ ଅଲଗା ରହିବା ସହତି ଅନ୍ୟ କାହା ସହ ମିଳାମିଶା ନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଆପଣମାନଙ୍କର ସହଯୋଗ ନିଜକୁ ଏବଂ ନିଜ ପରିବାରକୁ ସୁରକ୍ଷିତ ରଖି ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri