Posted inବୌଦ୍ଧ

କରୋନା ସଚେତନତା ପାଇଁ ବାଇକ ଶୋଭାଯାତ୍ରା

ବୌଦ୍ଧ,୩୦ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି। ଜିଲାରୁ ଚିହ୍ନଟ ହୋଇଥିବା ସମସ୍ତ ପଜିଟିଭ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ଏହା କରୋନା ମୁକାବିଲା ଦିଗରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନଙ୍କୁ ଅଧିକ ଉତ୍ସାହିତ କରିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ଏକ ବାଇକ୍‌ ଓ ଅଟୋ ରିକ୍ସା ରାଲି କରାଯାଇ ଲୋକଙ୍କୁ କରୋନା ଠାରୁ ସତର୍କ ରହିବା ପାଇଁ ସଚେତନ କରାଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ମହାନଦୀ ବ୍ରିଜ ଛକଠାରେ ଏହି ବାଇକ୍‌ ରାଲିକୁ ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ରାଲି ସହର ପରିକ୍ରମା କରି ସାମାଜିକ ଦୂରତା, ମାସ୍କ ପରିଧାନ,ସାବୁନରେ ହାତ ଧୋଇବା ନେଇ ଲୋକଙ୍କୁ ସଚେତନ କରାଇଥିଲେ। ଏହି ଅବସରରେ ଏସପି ଭି. ରଘୁନାଥ ରାଓ, ଉପଜିଲାପାଳ ଏନସି ଜ୍ୟୋତି ରଞ୍ଜନ ନାଏକ,ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆ, ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶିଶିର ସାହୁ ଓ ଯୁବ ରେଡକ୍ରସର ପରାମର୍ଶଦାତା ପ୍ରବୀର କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri