କରୋନା ସଚେତନତା ପେଣ୍ଟିଂ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ରୋକିବା ପାଇଁ ଦେଶର ସବୁ ସଚେତନ ନାଗରିକମାନେ ପ୍ରୟାସ ଜାରି ରଖିଛନ୍ତି। ସମସ୍ତେ ନିଜ ନିଜ ଉଦ୍ୟମରେ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏହି ଲକ୍ଷ୍ୟରେ ଥାଇଲାଣ୍ଡର ଜଣେ ଷ୍ଟ୍ରିଟ୍‌ ଆର୍ଟିଷ୍ଟଙ୍କ ଉଦ୍ୟମ ପ୍ରଶଂସନୀୟ। ଏହି ଚିତ୍ରକର ଜଣକ କରୋନା ଭାଇରସ୍‌କୁ ନେଇ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ରାସ୍ତାକଡ଼ରେ ସୁନ୍ଦର ତଥା ପ୍ରଭାବଶାଳୀ ଚିତ୍ର ଆଙ୍କିବାରେ ଲାଗିଛନ୍ତି। କରୋନା ଭାଇରସ୍‌ ରୋଗୀଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସମ୍ମାନ ଜଣାଇବା ପାଇଁ ସେ ସ୍ବତନ୍ତ୍ରଭାବେ ଚିତ୍ର ଆଙ୍କିଛନ୍ତି। ଚିତ୍ରରେ ସ୍ବାସ୍ଥ୍ୟକର୍ମୀମାନେ କରୋନା ଭାଇରସ୍‌କୁ ବହୁ ଦୂରକୁ ନେଇ ଯାଉଛନ୍ତି। ଏଭଳି ବିଭିନ୍ନ ଥିମ୍‌ ନେଇ ସେ ରାସ୍ତାକଡ଼ରେ ଚିତ୍ର ଆଙ୍କୁଛନ୍ତି। ଏହି କଳାକାରଙ୍କ ନାଁ ହେଉଛି ମୁଏ ବୋନ୍‌ ଏବଂ ତାଙ୍କର ବୟସ ୩୭ ବର୍ଷ। କରୋନା ଭାଇରସ୍‌ ସଂକ୍ରମଣ ହେବା ପରେ ସେ ବିଭିନ୍ନ ସମୟରେ ଏ ସମ୍ପର୍କିତ ଚିତ୍ର ଆଙ୍କି ଲୋକଙ୍କୁ ସଚେତନ କରାଇ ଚାଲିଛନ୍ତି। ତାଙ୍କ ମତରେ ଲୋକେ କରୋନା ଭାଇରସ୍‌ ନେଇ ସବୁକିଛି ଜାଣିବା ଦରକାର। କରୋନା ଭାଇରସ୍‌ ସଂକ୍ରମଣ କିପରି ହୁଏ, କିପରି ଭାବରେ ଏଥିରୁ ଦୂରେଇ ରହିବାକୁ ହେବ ଇତ୍ୟାଦି ବିଷୟରେ ଲୋକେ ଜାଣିଲେ ହିଁ ସତର୍କ ହୋଇପାରିବେ ବୋଲି ସେ କହନ୍ତି। ଚିତ୍ରକର ମୁଏ ବୋନ୍‌ ଆଗରୁ ବି ରାସ୍ତାର କାନ୍ଥମାନଙ୍କରେ ବିଭିନ୍ନ ସଚେତନତା ବାର୍ତ୍ତାଥିବା ଚିତ୍ର ଆଙ୍କି ଲୋକପ୍ରିୟତା ହାସଲ କରିଛନ୍ତି। ଏବେ କରୋନାକୁ ନେଇ ତାଙ୍କର ପେଣ୍ଟିଂଗୁଡ଼ିକ ବି ବେଶ୍‌ ପ୍ରଭାବ ପକାଇ ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri