କରୋନା ସମ୍ପର୍କରେ ସଚେତନ କଲା ‘ସ୍ବଚ୍ଛ ଭାରତ ଅଭିଯାନ’

ବାହାନଗା, ୩୧ା୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନ ଆଗେଇ ଆସିଛନ୍ତି। କେତେକ ସଙ୍ଗଠନ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ବେଳେ କେତେକ ସ୍ବଚ୍ଛତା ପ୍ରତି ଗୁରୁତ୍ୱ ଦେଇଛନ୍ତି। ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା ସ୍ବଚ୍ଛ ଭାରତ ଅଭିଯାନ ସଙ୍ଗଠନ କର୍ମକର୍ତ୍ତାମାନେ ରବିବାର ସକାଳେ ୬ଟାରୁ ୮ଟା ପର୍ଯ୍ୟନ୍ତ ଗୋପାଳପୁର ବଜାରରେ ଲୋକମାନଙ୍କୁ ସଚେତନ କରିବା ସହିତ ବଜାର ଚାରିପାଖ ସଫେଇ କରିଥିଲେ। ସଙ୍ଗଠନର ଆବାହକ ସୁଦର୍ଶନ ମହାପାତ୍ରଙ୍କ ନିର୍ଦ୍ଦେଶରେ ସଙ୍ଗଠନର କର୍ମକର୍ତ୍ତା ବଜାରରେ ବସିଥିବା ଦୋକାନୀମାନଙ୍କୁ କେତେ ଦୂରତ୍ୱରେ ବସି ବ୍ୟବସାୟ କରିବେ ଓ ବଜାରକୁ ଆସୁଥିବା ଲୋକମାନେ କିପରି ନିଜ ନିଜ ମଧ୍ୟରେ ଏକ ମିଟର ଦୂରତ୍ୱ ରଖି ସାମଗ୍ରୀ କିଣିବେ ସେ ବିଷୟରେ ସଚେତନ କରିଥିଲେ। ସଙ୍ଗଠନର କର୍ମକର୍ତ୍ତାମାନେ ମୁହଁରେ ମାକ୍ସ ବାନ୍ଧି ହାତରେ ଗ୍ଲୋଭସ ପିନ୍ଧି ସଫେଇ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ଏହି ସଙ୍ଗଠନ ଦୀର୍ଘ ୨୮୬ ସପ୍ତାହ ଧରି ସଫେଇ କରିଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri