କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷକରି ସମୁଦ୍ର ତଟବର୍ତ୍ତୀ ସାତଭାୟା, ପେଣ୍ଠ, ସୁନ୍ଦରୀପାଳ, ପ୍ରହରାଜପୁର, ଗଜରାଜପୁର, ପ୍ରସନ୍ନପୁର, ଏଣ୍ଡୁଳାପୁର ସମେତ ଜମ୍ବୁ, ବତୀଘର, ତନ୍ତିଆପାଳ ଆଦି ୪୯ଟି ଗାଁର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସମୁଦ୍ର କୂଳବର୍ତ୍ତୀ ୪୦ଟି ବାତ୍ୟା ଆଶ୍ରୟସ୍ଥଳୀରେ ଏବେ ମହାମାରୀ କରୋନା ପାଇଁ ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ଏପଟେ ଉପକୂଳବର୍ତ୍ତୀ ଲୋକଙ୍କୁ ନିରାପଦ ସ୍ଥାନକୁ ଆଣିବା ପାଇଁ ଜିଲାପାଳ ସମର୍ଥ ବର୍ମା ବ୍ଲକ, ତହସିଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରି ସ୍ଥିତିରେ ଲୋକେ କିପରି ଜୀବନ ବଞ୍ଚାଇବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ଅନ୍ୟପକ୍ଷରେ ରାଜନଗରର ସୁରକ୍ଷାକବଚ କୁହାଯାଉଥିବା ପେଣ୍ଠ ପଥର ବନ୍ଧକୁ ସୁଦୃଢ଼ କରିବା ପାଇଁ ଜଳସମ୍ପଦ ବିଭାଗ ଯନ୍ତ୍ରୀମାନେ ବାଲିବସ୍ତା ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri