Posted inଖେଳ

କରୋନା ସହାୟତା ତାଲିକାରେ ଦେବାଶିଷ, ବିପ୍ଳବ

ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), କଟକ ଅଫିସ,୧ା୪- କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଚାଲିଥିବା ଲଢ଼େଇରେ ନିଜ ଅବଦାନ ରଖିଛନ୍ତି ରାଜ୍ୟର ପ୍ରଥମ ଅନ୍ତର୍ଜାତୀୟ କ୍ରିକେଟର ଦେବାଶିଷ ମହାନ୍ତି ଓ ଓଡ଼ିଶା ରଣଜୀ ଟ୍ରଫି ଦଳର ସିନିୟର ସଦସ୍ୟ ବିପ୍ଳବ ସାମନ୍ତରାୟ। ସମ୍ପ୍ରତି ଦେଶରେ ଲକ୍‌ ଡାଉନ ଯୋଗୁ ଘରେ ରହୁଥିବା ଜାତୀୟ ଜୁନିୟର ଚୟନ କମିଟି ଦେବାଶିଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ଦାନ କରିଛନ୍ତି। ‘ଘରେ ରୁହ, ସୁସ୍ଥ ଓ ସୁରକ୍ଷିତ ରୁହ“ ବୋଲି ନିଜ ବାର୍ତ୍ତାରେ କହିଛନ୍ତି ଏହି ପୂର୍ବତନ ଅନ୍ତର୍ଜାତୀୟ ପେସ୍‌ ବୋଲର। ୧୯୭୬ ଜୁଲାଇ ୨୦ରେ ଜନ୍ମିତ ଦେବାଶିଷ ୧୯୯୭ରୁ ୨୦୦୧ ମଧ୍ୟରେ ୨ଟି ଟେଷ୍ଟ ଓ ୪୪ଟି ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ ଖେଳି ରାଜ୍ୟକୁ ଗର୍ବିତ କରିଛନ୍ତି। ସେ ଟେଷ୍ଟରେ ୪ଟି ଓ ଏକଦିବସୀୟ କ୍ରିକେଟରେ ୫୭ଟି ଉଇକେଟ ନେଇଛନ୍ତି। ୧୧୭ଟି ପ୍ରଥମଶ୍ରେଣୀ କ୍ରିକେଟ ମ୍ୟାଚ ଖେଳି ୪୧୭ ଉଇକେଟ ହାସଲ କରିଛନ୍ତି ଦେବାଶିଷ।
ବିପ୍ଳବଙ୍କ ସହଯୋଗ: କଟକ ଅଫିସ, ୩୧ା୩- ରାଜ୍ୟର ନିର୍ଭରଯୋଗ୍ୟ ଖେଳାଳି ବିପ୍ଳବ କରୋନା ମୁକାବିଲା ନିମନ୍ତେ ସାହାଯ୍ୟର ହାତ ବଢ଼ାଇଛନ୍ତି। ସେ ନିଜର ଗୋଟିଏ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିବେ ବୋଲି ମଙ୍ଗଳବାର ଘୋଷଣା କରିଛନ୍ତି। ସୂଚନା ଥାଉକି, ଦକ୍ଷ ଅଲରାଉଣ୍ଡର ବିପ୍ଳବ ରାଜ୍ୟ ସିନିୟର କ୍ରିକେଟ ଦଳର ଜଣେ ନିୟମିତ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri