ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବାଗ୍‌ଚୀ ଦମ୍ପତ୍ତି ଦେଲେ ଅଢ଼େଇ କୋଟି

ଭୁବନେଶ୍ୱର,୫।୬(ବ୍ୟୁରୋ):ଦକ୍ଷତା ବିକାଶ ଅଥରିଟିର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ଏବଂ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁସ୍ମିତା ବାଗ୍‌ଚୀ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅଢ଼େଇ କୋଟି ଟଙ୍କା ପ୍ରଦାନ କରିଛନ୍ତି। କରୋନା ବିପକ୍ଷରେ ଲଢେଇ ଲାଗି ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଜରିଆରେ ବାଗ୍‌ଚୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏହି ଚେକ୍‌ ପ୍ରଦାନ କରିଛନ୍ତି। ଏହି ବିଶ୍ୱ ସଙ୍କଟ ସମୟରେ ଲୋକଙ୍କ ଜୀବନ ଏବଂ ଜୀବିକା ବଞ୍ଚାଇବା ସକାଶେ ବାଗ୍‌ଚୀ ଏହି ଅର୍ଥ ପ୍ରଦାନ କରିଥିବା କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଏହି ରାଶି ବଲାଙ୍ଗୀର ଜିଲା ଲାଗି କରୋନା ରିଲିଫ ଭାବେ ବ୍ୟବହାର କରାଯିବ। ବାଗ୍‌ଚୀ ବଲାଙ୍ଗୀର ଜିଲାରେ ଜନ୍ମଗ୍ରହଣ କରିଛନ୍ତି। ଅନ୍ୟପଟେ ତାଙ୍କ ସ୍ତ୍ରୀ ସୁସ୍ମିତା ବାଗ୍‌ଚୀ ପ୍ରଥମେ ବଲାଙ୍ଗୀର ଜିଲାର ଏକ ସରକାରୀ ବିଦ୍ୟାଳୟରେ ନାମ ଲେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?