କରୋନା ସହାୟତା: ୧ ଲକ୍ଷ ଟଙ୍କା ଦେଲେ ମନୁ ଭାକର

ନୂଆଦିଲ୍ଲୀ,୩୦।୩(ପି.ଟି.): ଶୁଟିଂ ସେନସେଶନ ମନୁ ଭାକର କାରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ ହରିୟାଣା ସରକାରଙ୍କୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ହରିୟାଣାର ଝାଜ୍ଜର ଜିଲରେ ଜନ୍ମ ଗ୍ରହଣ କରିଥିବା ୧୮ ବର୍ଷୀୟ ଏହି ମହିଳା ଶୁଟର ଭାକର ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ୟୁଥ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। କରୋନା ଭାଇରସକୁ ସଫଳତାର ସହ ମୁକାବିଲା କରିବା ଆମର କର୍ତ୍ତବ୍ୟ। ତେଣୁ ଏଥିପାଇଁ ସରକାରଙ୍କ କରୋନ କେସେସ୍‌ ଫଣ୍ଡକୁ ଲକ୍ଷେ ଟଙ୍କା ଦାନ କରୁଛି ବୋଲି ସେ ହିନ୍ଦିରେ ଟୁଇଟ୍‌ କରିଛନ୍ତି। ଦେଶ ତଥା ବିଶ୍ୱରେ ଦେଖା ଦେଇଥିବା ଏହି ସ୍ବାସ୍ଥ୍ୟ ସଙ୍କଟରେ ସମସ୍ତେ ସାମର୍ଥ୍ୟ ଅନୁଯାୟୀ କିଛି ଦାନ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।
କରୋନା ଭାଇରସ୍‌ରେ ସାରା ବିଶ୍ୱରେ ୭,୦୦,୦୦୦ ଲୋକେ ସଂକ୍ରମିତ ହୋଇଛନ୍ତି ଓ ଏପର୍ଯ୍ୟନ୍ତ ୩୪,୦୦୦ ଲୋକ ଏହି ଭାଇରସ ସଂକ୍ରମଣରେ ମୃତ୍ୟୁ ବରଣ କରିଛନ୍ତି। ଭାରତରେ ଏଥିରେ ୧,୦୦୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୨୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଭାକର ସଦ୍ୟତମ କ୍ରୀଡ଼ାବିତ୍‌ ଭାବେ ଏହି ଭାଇରସ୍‌ ମୁକାବିଲା ପାଇଁ ଅର୍ଥଦାନ କରିଛନ୍ତି। ପୂର୍ବରୁ ସଚିନ ତେନ୍ଦୁଲକର ୫୦ ଲକ୍ଷ, ସୁରେଶ ରାଇନା ୫୨ ଲକ୍ଷ ଟଙ୍କା ଦାନ କରିଥିଲେ। ସେହିପରି ମହିଳା ବ୍ୟାଡମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ, ସ୍ପ୍ରିଣ୍ଟର ହିମା ଦାସ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମଧ୍ୟ ଏହି ଭାଇରସ ମୁକାବିଲା ପାଇଁ ଅର୍ଥ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri