କରୋନା ସହାୟତା: ୧୬ ବର୍ଷୀୟା ମହିଳା କ୍ରିକେଟର ରିଚା ଦାନ କଲେ ୧ ଲକ୍ଷ ଟଙ୍କା

କୋଲକାତା, ୨୯।୩(ପି.ଟି.): କୋଭିଡ-୧୯ ସଂକ୍ରମଣ ବିରୋଧରେ ଦେଶରେ ଲଢେଇ ଚାଲିଥିବା ବେଳେ ୧୬ ବର୍ଷୀୟା ଭାରତୀୟ ମହିଳା କ୍ରିକେଟର ରିଚା ଘୋଷ ୧ ଲକ୍ଷ ଟଙ୍କା ଦାନ କରିଛନ୍ତି। ଚଳିତ ମାସ ପ୍ରାରମ୍ଭରେ ଭାରତୀୟ ମହିଳା ଟି୨୦ ଦଳ ତରଫରୁ ଏହି ଅଲରାଉଣ୍ଡର ପ୍ରତିନିଧିତ୍ୱ କରିଛନ୍ତି। କରୋନା ଭାଇରସ ବିପକ୍ଷରେ ଲଢେଇ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସେ ଏହି ଅର୍ଥ ପ୍ରଦାନ କରିଛନ୍ତି।
ରିଚାଙ୍କ ପିତା ମାନବେନ୍ଦ୍ର ଘୋଷ ସିଲିଗୁଡି ଜିଲାର ମାଜିଷ୍ଟ୍ରେଟ ସୁମନ୍ତ ସହାୟଙ୍କ ତାଙ୍କ ବାସଭବନରେ ଏକ ଲକ୍ଷ୍ୟ ଟଙ୍କାରେ ଚେକ୍‌ ପ୍ରଦାନ କରିଛନ୍ତି ବୋଲି କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) ତରଫରୁ କୁହାଯାଇଛି। କରୋନା ଭାଇରସ ବିପକ୍ଷ ଲଢେଇ ପାଇଁ ଦେଶର ଜଣେ ଦାୟିତ୍ୱସମ୍ପନ୍ନ ନାଗରିକ ହିସାବରେ କିଛି ଅର୍ଥ ଦାନ ଦେବାକୁ ନିଷ୍ପତ୍ତି ନେଇଥିଲି ବୋଲି ରିଚା କହିଛନ୍ତି। ଗତ ଟି୨୦ ବିଶ୍ୱକପ୍‌ରେ ଫାଇନାଲ ସମେତ ସେ ଦୁଇଟି ମ୍ୟାଚ୍‌ ଖେଳିଥିଲେ। ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଭାରତ ୮୫ ରନରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇ ରନର୍ସଅପ ହୋଇଥିଲା।
୬୬ଜଣ ଏସିଏବି ମ୍ୟାଚ୍‌ ଅବଜରଭର ଦେଢ ଲକ୍ଷ ଟଙ୍କା ଓ ୮୨ ଜଣ ସ୍କୋରର ୭୭, ୪୨୦ ଟଙ୍କା ଏକାଠି କରି ଦାନ କରିଛନ୍ତି ବୋଲି ସିଏବି ସୂଚନା ଦେଇଛି। ସେହିପରି ସିଏବିରେ ମହମ୍ମଡାନ ସ୍ପୋର୍ଟିଂର ପ୍ରତିନିଧି ଦୀପକ ସିଂ ୨ ଲକ୍ଷ, ପୂର୍ବତନ ମହିଳା ଟେଷ୍ଟ ଖେଳାଳି ମିଥୁ ମୁଖାର୍ଜୀ ୨୫,୦୦୦, ୨୩ ବର୍ଷରୁ କମ୍‌ ବେଙ୍ଗଲ ମହିଳା ଦଳ କୋଚ୍‌ ଜୟନ୍ତ ଘୋଷ ଦସ୍ତିଦାର ୧୦,୦୦୦, ସିଏବିର ଅନୁବନ୍ଧିତ କ୍ଲବ ହ୍ବାଇଟ୍‌ ବର୍ଡର ଓ ବିଜୟ ସ୍ପୋଟର୍‌ସ କ୍ଲବ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି ବୋଳି ସିଏବି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri