କରୋନା ସହିତ ବିଦେଶରୁ ଭାରତକୁ ଆସିଛି ୮ ଅନ୍ୟ ଭୂତାଣୁ

ନୂଆଦିଲ୍ଲୀ,୨୭।୫: କରୋନା ମହାମାରୀ ଭାରତରେ ଥମିବାର ନାଁ ଧରୁନି। ଚାଇନାରୁ ଉହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ସାରା ପୃଥିବୀରେ ବ୍ୟାପି ସାରିଛି। ଭାରତକୁ କରୋନା ଭୂତାଣୁ ସହିତ ବିଦେଶରୁ ଅନ୍ୟ ୮ ପ୍ରକାର ଭୂତାଣୁ ମଧ୍ୟ ଆସିଛି। କେରଳ ଏବଂ ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଭିରୋଲୋଜିର ଗବେଷକ ଏନେଇ ସୂଚନା ଦେଇଛନ୍ତି। ବିଦେଶରୁ ଭାରତ ଫେରିଥିବା ୩୬୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେଥିରୁ ୮୪ ଜଣ ସଂକ୍ରମିତ ଥିବା ଜଣାପଡ଼ିଛି। ସଂକ୍ରମିତଙ୍କ ମଧ୍ୟରୁ ୪ ଜଣଙ୍କଠାରେ ସାର୍ସ ଭୂତାଣୁ ଚିହ୍ନଟ ହୋଇଛି। ସେହିପରି ୨୫ ଜଣଙ୍କଠାରେ ଏନଫ୍ଲୁଏଞ୍ଜା-ଏ, ୭ ଜଣଙ୍କଠାରେ ଏନଫ୍ଲୁଏଞ୍ଜା-ବି, ୨୧ ଯାତ୍ରୀଙ୍କଠାରେ ମାନବ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ୭ ପ୍ରକାର ମାନବ କରୋନା ଭୂତାଣୁ ଚିହ୍ନଟ କରାଯାଇଛି। ଅପରପକ୍ଷରେ ୧୫ ଜଣ ଯାତ୍ରୀଙ୍କଠାରେ ରାଇନୋ ଭୂତାଣୁ, ୪ ଜଣଙ୍କଠାରେ ଏଡିନୋ ଭୂତାଣୁ, ୧୦ ଜଣଙ୍କଠାରେ ପାରା ଏନଫ୍ଲୁଏଞ୍ଜା, ୬ ଜଣଙ୍କଠାରେ ଆର୍‌ଏସ୍‌ବି ଭୂତାଣୁ ଚିହ୍ନଟ ହୋଇଛି। ଏହା ଦ୍ୱାରା ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ସୃଷ୍ଟି ହୋଇଥାଏ। ସେହିପରି ୨ ଜଣ ବିଦେଶ ଫେରନ୍ତା ଯାତ୍ରୀଙ୍କଠାରେ ମାନବ ମେଟାଫିନୋମି ଭୂତାଣୁ ଚିହ୍ନଟ ହୋଇଥିବା ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଭିରୋଲୋଜି ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ୨୨ ଜାନୁୟାରୀରୁ ଫେବୃୟାରୀ ୨୯ ମଧ୍ୟରେ ସମ୍ପୃକ୍ତ ଯାତ୍ରୀଙ୍କ ନମୁନା ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri