କରୋନା ସହିତ ଲଢ଼େଇ: ଗବେଷଣା ପାଇଁ ୪୦୦୦ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବିସିଜି ଟୀକା

ମେଲବୋର୍ନ,୩୧।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଇତିମଧ୍ୟରେ କୌଣସି ଔଷଧ ପ୍ରସ୍ତୁତ ହୋଇପାରି ନାହିଁ। ପ୍ରତି ଦେଶର ବୈଜ୍ଞାନିକ ଏନେଇ ଗବେଷଣା ଜାରି ରଖିଛନ୍ତି। ତେବେ ଟିବି ପାଇଁ ଦିଆଯାଉଥିବା ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌) ଏକ୍ଷେତ୍ରରେ ଉପଯୋଗୀ ସାବ୍ୟସ୍ତ ହେବ ବୋଲି କୁହାଯାଉଛି। ବିସିଜି ଟୀକା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ାଇବାରେ ସହାୟକ ହୋଇଥାଏ। ଗତ ୧୦୦ ରୁ ଅଧିକ ବର୍ଷ ଧରି ଟିବି ଚିକିତ୍ସା କ୍ଷେତ୍ରରେ ଏହାର ଉପଯୋଗ କରାଯାଉଛି। ବ୍ଲଡ୍‌ କ୍ୟାନେସରରେ ମଧ୍ୟ ଏହାର ବ୍ୟବହାର କରାଯାଇଥାଏ। ଏନେଇ ଅଷ୍ଟ୍ରେଲିଆର ମେଲବୋର୍ନରେ ଗବେଷକ ୪୦୦୦ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ବିସିଜି ଟୀକାର ପ୍ରୟୋଗ କରିବେ। ଅପରପକ୍ଷରେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବର୍ଷେରୁ ଦେଢ଼ବର୍ଷ ଲାଗିବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେଣୁ କରୋନାର ପ୍ରତିରୋଧ ଲାଗି ଏବେ ବିସିଜି ଟୀକାର ପ୍ରୟୋଗ କରାଯାଇ ଅଧ୍ୟୟନ କରାଗଲେ ପରବର୍ତ୍ତୀ ସମୟରେ ସୁଫଳ ମିଳିବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri