କରୋନା: ୧୭ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ବର୍ତ୍ତମାନ ବିଶ୍ୱର ଅଧିକାଂଶ ଦେଶ କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣରେ ପ୍ରଭାବିତ। ଏପରିସ୍ଥଳେ ସତର୍କତା ଅବଲମ୍ବନ ହିଁ ଏହି ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ବୁଧବାର ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଲେ, ଓଡ଼ିଶାରେ ଏପର୍ଯ୍ୟନ୍ତ କେହି କରୋନାରେ ଆକ୍ରାନ୍ତ ହୋଇନାହାନ୍ତି। ବୁଧବାର ସୁଦ୍ଧା ସଂଗୃହୀତ ୧୭ ରକ୍ତ ନମୁନାରୁ ସମସ୍ତ ରିପୋର୍ଟ କରୋନା ନେଗେଟିଭ୍‌ ଥିବା ଜଣାପଡ଼ିଛି। ତେବେ ସମ୍ଭାବ୍ୟ ସଂକ୍ରମଣ ରୋକିବା ପାଇଁ ଆମ ବିଭାଗ ତରଫରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। ଜନସାଧାରଣଙ୍କୁ ସଚେତନ କରିବା ସହ ଆବଶ୍ୟକ ପରାମର୍ଶ ଜାରି ରହିଛି। ନିୟମିତ ସାବୁନ ବା ଜୀବାଣୁ ନାଶକ ଦ୍ରବଣ ଦ୍ୱାରା ହାତକୁ ପରିଷ୍କାର କରିିବା ସହ ଆଖି କିମ୍ବା ମୁହଁକୁ ସ୍ପର୍ଶ ନ କରିବା, ଛିଙ୍କିବା ସମୟରେ ରୁମାଲ ବା ଟିସୁ ପେପର ବ୍ୟବହାର କରିବା, ଜନଗହଳି ସ୍ଥାନଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ସୁସ୍ଥ ଲୋକମାନେ ମାସ୍କ ବ୍ୟବହାର କରିବା ଜରୁରୀ ନୁହେଁ। ଜ୍ୱର, ଥଣ୍ଡା, କାଶ, ଛିଙ୍କ ଭଳି ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରିବା ସହ ନିଜେ ସତର୍କ ରୁହନ୍ତୁ। ସନ୍ଦିଗ୍ଧ କରୋନା ରୋଗୀଙ୍କୁ ୧୪ଦିନ ପାଇଁ ପୃଥକ୍‌ ରଖି ଡାକ୍ତରଙ୍କ ପରାମର୍ଶ ଅନୁସାରେ ଚିକିତ୍ସା କରିବା ଆବଶ୍ୟକ ବୋଲି ସଚିବ କହିଛନ୍ତି।
ସେହିପରି ସ୍କୁଲ୍‌ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ଥଣ୍ଡା, କାଶ, ଛିଙ୍କ ବା ଶ୍ୱାସକ୍ରିୟାରେ କଷ୍ଟ ହେଉଥିଲେ ସେମାନେ ତୁରନ୍ତ ଅଭିଭାବକଙ୍କୁ ଜଣାଇବା ସହ ଡାକ୍ତରଙ୍କ ପରାମର୍ଶ କରନ୍ତୁ। ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀଙ୍କଠାରେ ଏହିପରି ଲକ୍ଷଣ ଦେଖାଦେଲେ ବିଦ୍ୟାଳୟକୁ ନ ଆସି ଚିକିତ୍ସାରେ ରହିବା, ସମୂହ ବ୍ୟବହାର୍ଯ୍ୟ ବସ୍ତୁ ଯଥା କବାଟ, ଝରକା, ଟେବୁଲ, ଚୌକି, ଟେଲିଫୋନ୍‌, କମ୍ପ୍ୟୁଟର ଆଦିକୁ ଜୀବାଣୁ ନାଶକ ଦ୍ରବଣରେ ପୋଛିବା, ଶୌଚାଳୟରେ ସାବୁନ ଓ ପାଣି ବ୍ୟବସ୍ଥାକୁ ସୁନିଶ୍ଚିତ କରିବା, ଘୋଡ଼ଣୀ ଥିବା ଡଷ୍ଟବିନ୍‌କୁ ଶ୍ରେଣୀଗୃହ ଓ ଶୌଚାଳୟରେ ରଖିବା, ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ର ଏବଂ କର୍ମଚାରୀମାନେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଇବା, ସଂକ୍ରମଣ ସନ୍ଦେହ ହେଲେ ତୁରନ୍ତ ଡାକ୍ତରଖାନା ଯିବାକୁ ପରାମର୍ଶ ଦିଆଯାଉଛି ବୋଲି ସଚିବ ଧଳ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଡିଏମ୍‌ଇଟି ପ୍ରଫେସର ଡା. ସି.ବି.କେ. ମହାନ୍ତିି, ଡିପିଏଚ୍‌ ଡା. ଅଜିତ୍‌ କୁମାର ମହାନ୍ତି, ଡିଏଚ୍‌ଏସ୍‌ ଡା. ବିଜୟ କୁମାର ମହାପାତ୍ର, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଡା. ନୀହାର ରାୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri