କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ ୪୨୬ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଭାଇରସରେ ୭୫ ଜଣ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସାର୍ସ (ସିଭିୟର ଆକ୍ୟୁଟ୍‌ ରେସ୍ପିରେଟୋରି ସିଣ୍ଡ୍ରୋମ୍‌) ମୃତ୍ୟୁଠାରୁ ମଧ୍ୟ ଏହା ଅଧିକ ଭୟଙ୍କର ହେବାରେ ଲାଗିଛି। ୨୦୦୨-୦୩ରେ ସାର୍ସ ଯୋଗୁ ଚାଇନାରେ ୩୪୯ ଜଣ ପ୍ରାଣ ହରାଇଥିଲେ। ବିଶ୍ୱବ୍ୟାପୀ ଏହାଦ୍ୱାରା ପ୍ରାୟ ୮୦୦ ଲୋକଙ୍କ ପ୍ରାଣହାନି ଘଟିଥିଲା। ଏବେ କରୋନା ଭାଇରସ୍‌ ସଂକ୍ରମଣ କ୍ରମଶଃ ମହାମାରୀର ରୂପ ଧାରଣ କରୁଥିବାବେଳେ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଦେଇଛି।
ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ଏହାକୁ ବିଶ୍ୱବ୍ୟାପୀ ସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ଭାବେ ଘୋଷଣା କରିସାରିଛି। ଭାରତ, ହଂକଂ ଓ ଫିଲିପାଇନ୍ସର ଲୋକମାନେ କରୋନା ଭାଇରସ୍‌ ଦ୍ୱାରା ପ୍ରାଣ ମଧ୍ୟ ହରାଇ ସାରିଲେଣି। ସର୍ଜିକାଲ ମାସ୍କ, ମେଡିକାଲ ଇକ୍ୟୁପ୍‌ମେଣ୍ଟ, ପ୍ରୋଟେକ୍ଟିଭ୍‌ ସୁଟ୍‌ସ, ସେଫ୍ଟି ଗୁଗ୍‌ଲ୍ସ ସବୁ ଫେଲ୍‌ ମାରିବାରେ ଲାଗିଛି। ସଂକ୍ରମଣ ରୋକିବା ଲାଗି ଦୁଇ ସପ୍ତାହ ହେବ ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଚାଲିଥିବାବେଳେ ମୃତ୍ୟୁକୁ ରୋକାଯାଇପାରୁନି। ଚାଇନାରେ ଏବେ ୨୦, ୪୩୮ ବ୍ୟକ୍ତି କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣାପଡ଼ିଛି। ଆମେରିକା, ଜାପାନ, ଥାଇଲାଣ୍ଡ, ବ୍ରିଟେନ୍‌, ଅଷ୍ଟ୍ରେଲିଆ, ସିଙ୍ଗାପୁର, ଜର୍ମାନୀ, ଇଟାଲୀ, ରୁଷିଆ, ବେଲଜିିୟମ୍‌, ହଂକଂ ଆଦି ଦେଶକୁ ଏହା ବ୍ୟାପିବାରେ ଲାଗିଛି। ଭାରତ ଭଳି ଅନେକ ଦେଶରେ ଚାଇନା ଫେରନ୍ତା ବିଦେଶୀ ନାଗରିକଙ୍କୁ ପ୍ରବେଶ ଲାଗି ବାରଣ କରାଯାଇଛି। ଭାରତରେ ଚାଇନା ଫେରନ୍ତା ବିଦେଶୀ ନାଗରିକଙ୍କ ଇ-ଭିଜା ସୁବିଧାକୁ ସାମୟିକ ଭାବେ ବାତିଲ କରାଯାଇଛି।
ପରିସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାର ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ ପଲିଟବ୍ୟୁରୋ ଷ୍ଟାଣ୍ଡିଂ କମିଟି ବୈଠକ ଡାକି ବରିଷ୍ଠ ଅଧିକାରୀମାନଙ୍କୁ କେତେକ ନିର୍ଦ୍ଦେଶ ଦେଇଛନ୍ତି। କରୋନା ସଂକ୍ରମଣକୁ ରୋକିବା ଲାଗି ଯଥାସମ୍ଭବ ପ୍ରୟାସ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଅବହେଳା ପ୍ରଦର୍ଶନ କରୁଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri