କରୋନାକୁ ହରାଇବାକୁ ପଡିବ: ଭିଡ଼ିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ଭାଇରସ ସଂକ୍ରମଣ ବଢି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ପୁଣିଥରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଛନ୍ତି। କରୋନା ସହ ଲଢିବାକୁ ମୋଦି ନୂଆ ରଣନୀତି ବିଷୟରେ ଆଲୋଚନା କରିଛନ୍ତି। ଏପର୍ଯ୍ୟନ୍ତ କରୋନା ସଂକ୍ରମଣକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ବିଷୟରେ ମଧ୍ୟ ଆଲୋଚନା ହୋଇଛି। କରୋନା ସମ୍ପର୍କିତ ଖବର ଜାଣିବା ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ର ସରକାର ପୋର୍ଟାଲ ତିଆରି କରିବାକୁ ମୋଦି କହିଛନ୍ତି। ଏହି ଆଲୋଚନା ସମୟରେ ମୋଦିଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ମାର୍ଚ୍ଚ ୨୦ରେ ମଧ୍ୟ ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ସମୟରେ କରୋନା ସଂକ୍ରମଣକୁ ରୋକିବାକୁ ଜନତା ଓ ସ୍ଥାନୀୟ ପ୍ରଶାସନ ମଧ୍ୟରେ ତାଳମେଳ ରକ୍ଷା କରିବାକୁ କହିଥିଲେ। ଏହାସହ ପ୍ରଶିକ୍ଷିତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଚିକିତ୍ସା କ୍ଷେତ୍ରରେ ଆଗକୁ ଆଣିବାକୁ ମଧ୍ୟ କହିଥିଲେ। ସୂଚନାଯୋଗ୍ୟ, ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri