Posted inଖେଳ

‘କରୋନାକୁ ହରାଇବାରେ କ୍ରୀଡ଼ା ସହାୟକ ହୋଇପାରେ’

ନୂଆଦିଲ୍ଲୀ, ୨୩।୬-କରୋନା ଭାଇରସ ସଂକ୍ରମଣ ଏବେ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ହୋଇଛି। ଔଷଧ ବାହାରି ନ ଥିବାରୁ କରୋନା ବିପକ୍ଷ ଲଢ଼େଇରେ ବିଜୟ ହାସଲ ପାଇଁ କ୍ରୀଡ଼ା ସହାୟତା କରିପାରେ ବୋଲି ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ପ୍ରକାଶ କରିଛନ୍ତି। ସମସ୍ତେ ନିଜ ଜୀବନ ଶୈଳୀରେ କିଛିନା କିଛି ଶାରୀରିକ କାର୍ଯ୍ୟକଳାପ ସାମଲ କରିବା ଆବଶ୍ୟକ ବୋଲି ସିନ୍ଧୁ କହିଛନ୍ତି। କରୋନା ଭାଇରସ ସଂକ୍ରମଣରେ ବିଶ୍ୱରେ ୮.୫ ମିଲିଅନ ଲୋକ ସଂକ୍ରମିତ ହୋଇଥିବାବେଳେ ୪୫୦,୦୦୦ ଲୋକଙ୍କର ପ୍ରାଣ ଗଲାଣି।
”କରୋନା ଭାଇରସ ପାଇଁ ଔଷଧ କିମ୍ବା ନିର୍ଦ୍ଧିଷ୍ଟ ଚିକିତ୍ସା ବାହାରି ନ ଥିବାରୁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ଜରୁରୀ ହୋଇ ପଡ଼ିଛି। ତେଣୁ ଏ କ୍ଷେତ୍ରରେ କ୍ରୀଡ଼ା କିମ୍ବା ଅନ୍ୟ ଶାରୀରିକ କାର୍ଯ୍ୟକଳାପ ନିହାତି ଗୁରୁତ୍ୱପୂର୍ଣ୍ଣ। ଏହି ଯୁଦ୍ଧରେ ବିଜୟ ପାଇଁ କ୍ରୀଡ଼ା ସହାୟତା କରିପାରେ“ ବୋଲି ସୋମବାର ଏଫଆଇସିସିଆଇ ପକ୍ଷରୁ ଆୟୋଜିତ ହେଲ୍‌ଥକେୟାର ଓ ହାଇଜିନ୍‌ ଏକ୍ସପୋ ୨୦୨୦ ଉଦ୍‌ଘାଟନ ଅବସରରେ ସିନ୍ଧୁ ପ୍ରକାଶ କରିଛନ୍ତି। ଭାରତରେ ଏହି ଜୀବାଣୁରେ ୪.୨୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବାବେଳେ ୧୩,୭୦୦ ଲୋକଙ୍କର ମୃତ୍ୟୁ ଘଟିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୁପାରିସକୁ ମାନିବା ଏବଂ ଶାରୀରିକ କାର୍ଯ୍ୟକଳାପ ପାଇଁ କିଛି ସମୟ ଦେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସିନ୍ଧୁ ପ୍ରକାଶ କରିଛନ୍ତି। ହୃଦରୋଗ, ଡାଇବେଟିସ, ଉଚ୍ଚ ରକ୍ତଚାପ, କ୍ୟାନସର ଏବଂ ମାନସିକ ବିଷାଦ ରୋଗରେ ପୀଡ଼ିତ ବ୍ୟକ୍ତି ପ୍ରତି ସପ୍ତାହରେ ଅତିକମ୍‌ରେ ୩୦୦ ମିନିଟ ଆରୋବିକ୍‌ କାର୍ଯ୍ୟକଳାପ କରିବା ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେକ୍ସିକୋରେ ପହଞ୍ଚିଲେ ଇରାନ ଖେଳାଳି

ତିଜୁଆନା, ୮ା୬- ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁ ଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ଦଳର ଖେଳାଳିମାନେ ସୋମବାର ମେକ୍ସିକୋରେ ପହଞ୍ଚିଛନ୍ତି। ଘାତକ ମିସାଇଲ ଆକ୍ରମଣରେ…

‘ଅଧିକ ଆଶା ରଖିବା ଭୁଲ’, ବୈଭବଙ୍କୁ ନେଇ କପିଲ ଦେବଙ୍କ ବଡ଼ ବୟାନ:, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ, ୮।୬: ଆଇପିଏଲ ୨୦୨୬ରେ ପ୍ରଭାବଶାଳୀ ପ୍ରଦର୍ଶନ ପାଇଁ ବୈଭବ ସୂର୍ଯ୍ୟବଂଶୀ ଭାରତୀୟ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଆୟର୍ଲାଣ୍ଡ-ଇଂଲଣ୍ଡ ଏବଂ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri