Posted inଜାତୀୟ

କରୋନାଜନିତ ଭାରତରେ ତୃତୀୟ ମୃତ୍ୟୁ

ମୁମ୍ବାଇ,୧୭।୩: କରୋନା ଭାଇରସ୍‌ର ପ୍ରକୋପ ଥମିବାର ନା ନେଉ ନ ଥିବା ବେଳେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେର ଲାଗିଛି। ଗତ ୨୪ଘଣ୍ଟାରେ ୧୨ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏପର୍ଯ୍ୟନ୍ତ ଭାରତରେ ୧୨୮ଟି ଘଟଣା ସାମ୍ନାକୁ ଆସିଛି, ଯେଉଁଥିରେ ମହାରାଷ୍ଟ୍ରର ଜଣେ ୩ବର୍ଷର ଶିଶୁକନ୍ୟା ଥିବା ଜଣାପଡ଼ିଛି। ଅପରପକ୍ଷେ କରୋନା ଯୋଗୁ ମହାରାଷ୍ଟ୍ର ଅଧିକ ପ୍ରଭାବିତ ହୋଇଥିବା ବେଳେ ଜଣେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ମୁମ୍ବାଇର କସ୍ତୁରବା ହସ୍ପିଟାଲରେ କରୋନା ଯୋଗୁ ଜଣେ ୬୪ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମହାରାଷ୍ଟ୍ରରେ ଏହା ପ୍ରଥମ ମୃତ୍ୟୁ ଘଟଣା ହୋଇଥିବା ବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଏହା ପୂର୍ବରୁ ଦିଲ୍ଲୀ ଓ କର୍ନାଟକରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସୂଚନାଯୋଗ୍ୟ, ନିକଟରେ ଉକ୍ତ ବ୍ୟକ୍ତି ଦୁବାଇରୁ ଫେରିଥିବା ବେଳେ ତାଙ୍କୁ ମୁମ୍ବାଇର କସ୍ତୁରବା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପତ୍ନୀ ଓ ପୁଅଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ରହିଥିବା କୁହାଯାଉଛି। ସେମାନଙ୍କୁ ମଧ୍ୟ ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ମଙ୍ଗଳବାର ମହାରାଷ୍ଟ୍ରରେ କରୋନା ଭାଇରସ୍‌ର ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ସବୁ ବିଦେଶୀ ନାଗରିକ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ର ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୦ରୁ ଊର୍ଦ୍ଧ୍ୱ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri