କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ ବ୍ୟବହାର କରାଯାଇଛି। କ୍ୱାରାଣ୍ଟାଇନରେ ଥିବା କିମ୍ବା ହାଇରିସ୍କ ଅଞ୍ଚଳରେ କାର୍ଯ୍ୟରତ ବ୍ୟକ୍ତି ଓ ସ୍ବାସ୍ଥ୍ୟକର୍ମୀଙ୍କଠାରେ ଏସବୁର କ୍ଲିନିକାଲ୍‌ ପରୀକ୍ଷା କରାଯାଇଛି। ଆୟୁର୍ବେଦର ଅଶ୍ୱଗନ୍ଧା, ଜଷ୍ଟିମଧୁ, ଗୁଡୁଚି, ପିପ୍ପଳି ଓ ଆୟୁଷ-୬୪ ଭଳି କେତେକ ଔଷଧର ପରୀକ୍ଷା କରାଯିବା ନେଇ ହୋଇଥିବା ବଡ଼ ନିଷ୍ପତ୍ତିକୁ ଓଡିଶା ଆୟୁର୍ବେଦ ସେବା ସଂସ୍ଥାର ଅଧ୍ୟକ୍ଷ ତଥା ଆୟୁର୍ବେଦରେ ଡିଲିଟ୍‌ ପ୍ରାପ୍ତ ଗବେଷକ ଡାକ୍ତର ଦୀନବନ୍ଧୁ ମହାରଣା ସ୍ବାଗତ କରିଛନ୍ତି। ସେ କହିଛନ୍ତି, ଅଶ୍ୱଗନ୍ଧା ବ୍ୟାକ୍ଟେରିଆ ସଂକ୍ରମଣକୁ ପ୍ରତିହତ କରିବା ସହିତ ରୋଗ ପ୍ରତିଷେଧକ ଶକ୍ତି ବଢାଇଥାଏ। ଏହା ଏକ ଶକ୍ତିବର୍ଦ୍ଧକ ଔଷଧ ଭାବରେ ପରିଚିତ। ସେହିଭଳି ଜଷ୍ଟିମଧୁ ବଦହଜମି, ପେଟ ଯନ୍ତ୍ରଣା, ଛାତି ଜଳାପୋଡା ଓ ପାଚନ ସମ୍ବନ୍ଧୀୟ ରୋଗ ପାଇଁ ଉପଯୋଗୀ ହୋଇଥାଏ। ଗୁଡୁଚି, ପିପ୍ପଳି ଜ୍ୱର, ଗ୍ୟାସ୍‌, କୋଷ୍ଠକାଠିନ୍ୟ, କଫ, ପୁରାତନ ଥଣ୍ଡା, ଡାଇବେଟିସ୍‌, ଆଖି, କାନ ଓ ନାକ ରୋଗ ଏବଂ ଅର୍ଶ ରୋଗ ପାଇଁ ଉପାଦେୟ ହେଉଥିବାରୁ ଜନ ସାଧାରଣଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରଣାଳୟ, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର)ର ମିଳିତ ନିଷ୍ପତ୍ତିକୁ ଡାକ୍ତର ମହାରଣା ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri