କରୋନାରୁ ରକ୍ଷା ପାଇଁ ମା’ ଅମ୍ବିକା ମନ୍ଦିରରେ ଦୀପଦାନ

ବାରିପଦା ଅଫିସ, ୧୫ା୩ -ସାରା ବିଶ୍ୱରେ ମହାମାରୀ ରୂପ ନେଇଥିବା କରୋନା ଭାଇରସ ଦାଉରୁ ରକ୍ଷା ପାଇବା ଲାଗି ସ୍ଥାନୀୟ ‘ହେଲ୍ପିଂ ବୟ’ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମା’ ଅମ୍ବିକା ମନ୍ଦିରରେ ଶନିବାର ଦୀପଦାନ କରାଯାଇଥିଲା। ମୟୂରଭଞ୍ଜବାସୀଙ୍କ ସମେତ ସାରା ଦେଶରେ କିପରି କରୋନା ଭାଇରସ୍‌ ପ୍ରବେଶ ନ କରିବ ସେଥିପାଇଁ ଯୁବକମାନେ ମା’ ଅମ୍ବିକାଙ୍କୁ ପ୍ରାର୍ଥନା କରିଥିଲେ। ଯୁବ ସମାଜସେବୀ ରାହୁଲ କରନଙ୍କ ନେତୃତ୍ୱରେ ଶତାଧିକ ଯୁବକ ମା’ ଅମ୍ବିକାଙ୍କ ମନ୍ଦିର ନିକଟରେ ଏକତ୍ରିତ ହୋଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। କରୋନା ସଂକ୍ରମଣରୁ ବର୍ତ୍ତିବା ସକାଶେ ରାଜ୍ୟ ସରକାର ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଶିକ୍ଷାନୁଷ୍ଠାନ, ପ୍ରେକ୍ଷାଳୟ ଆଦି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଜନଗହଳିପୂର୍ଣ୍ଣ ସ୍ଥାନକୁ ନ ଯିବା ଲାଗି ଲୋକଙ୍କୁ ଅନୁରୋଧ କରାଯାଇଛି। ଜିଲାବାସୀ ସଚେତନ ହୋଇ ନିଜ ପରିବେଶକୁ ସ୍ବଚ୍ଛ ରଖିବା ସହ ସାବୁନରେ ହାତ ଧୋଇ ଖାଦ୍ୟ ପଦାର୍ଥ ଖାଇବାକୁ ହେଲ୍ପିଂ ବଏ ପକ୍ଷରୁ ଅନୁରୋଧ କରାଯାଇଥିଲା। କାର୍ଯ୍ୟକ୍ରମରେ ଲଳିତ ସରକାର, ସରୋଜ ପଦାର, ରାଜ ରଏ, ସାଗର ପାତ୍ର, ଶୁଭ ରଏ, ରାଜେଶ ପ୍ରହରାଜ, ସ୍ବାଗତ ସମ୍ପଦ ଦାସ, ନିକୁ ମହାନ୍ତି, ପ୍ରଶାନ୍ତ ସେନାପତି, ବିଶ୍ୱଜିତ ଭୂୟଁ।, ସୁବ୍ରତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri