କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ରହିବ ଆଜୀବନ ଶାରୀରିକ ସମସ୍ୟା

ଇଂଲଣ୍ଡ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଇଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସେଥିମଧ୍ୟରୁ ମଧ୍ୟ କେତେକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ପ୍ରତି ୩ଜଣଙ୍କ ମଧ୍ୟରୁ ଜଣେ ବ୍ୟକ୍ତିଙ୍କ ଆଜୀବନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ଏବଂ ଫୁସଫୁସ ମଧ୍ୟ ନଷ୍ଟ ହୋଇପାରେ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଇଂଲଣ୍ଡର ମୁଖ୍ୟ ସ୍ବାସ୍ଥ୍ୟ ଏଜେନ୍ସି ନ୍ୟାସନାଲ ହେଲ୍‌ଥ ସର୍ଭିସର ତତ୍ୱାବଧାନରେ ଏହି ରିପୋର୍ଟ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ବ୍ରିଟେନର ନ୍ୟାସନାଲ ହେଲ୍‌ଥ ସର୍ଭିସ (ଏନ୍‌ଏଚ୍‌ଏସ୍‌)ର ତତ୍ୱାବଧାନରେ କୁହାଯାଇଛି ଯେ, କରୋନାରେ ସୁସ୍ଥ ହେଉଥିବା ୩୦ ପ୍ରତିଶତ ରୋଗୀଙ୍କ ଫୁସଫୁସ ନଷ୍ଟ ହୋଇପାରେ। ସେମାନଙ୍କୁ ଲଗାତର ଭାବେ ଥକ୍କାପଣ ଅନୁଭବ ହେବା ସହ ମାନସିକ ସମସ୍ୟା ମଧ୍ୟ ଦେଖାଦେଇପାରେ। ସବୁଠାରୁ ବଡ଼ କଥା ହେଲା ଆଇସିୟୁରେ ଚିକିତ୍ସିତ ହୋଇ ସୁସ୍ଥ ହେବା ପରେ ଘରକୁ ଫେରିଥିବା ଅଧିକାଂଶ ଲୋକ ଦୀର୍ଘ ସମୟ ଧରି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ବୋଲି ଉକ୍ତ ରିପୋର୍ଟରେ ପ୍ରକାଶ ପାଇଛି। କରୋନାରୁ ଶରୀରରେ ସ୍ଥାୟୀ ସମସ୍ୟା ଦେଖାଯାଉଥିବା ନେଇ ଲଗାତାର ଭାବେ ପ୍ରମାଣ ମଧ୍ୟ ମିଳିସାରିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ତେବେ ସୁସ୍ଥ ହେଉଥିବା ରୋଗୀଙ୍କ ମସ୍ତିଷ୍କ କ୍ଷତି ହେବା ସହ ଅଲଜାଇମରର ଭୟ ମଧ୍ୟ ସୃଷ୍ଟି ହୋଇପାରେ। ତେବେ କରୋନାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପଡ଼ୁଥିବା ପ୍ରଭାବ ବିଷୟରେ ଏଯାଏଁ ପର୍ଯାପ୍ତ ମାତ୍ରାରେ କୌଣସି ସୂଚନା ମିଳି ନ ଥିବାରୁ ଚିନ୍ତା ପ୍ରକଟ କରିଛନ୍ତି ଏନ୍‌ଏଚ୍‌ଏସ୍‌ କୋଭିଡ ରିକୋଭରି ସେଣ୍ଟରର ମୁଖ୍ୟ ହିଲେରି ଫ୍ଲଏଡ୍‌। କାରଣ କରୋନା ନେଗେଟିଭ୍‌ ହେବା ପରେ ବି ଲୋକଙ୍କୁ ଚିକିତ୍ସାର ଆବଶ୍ୟକ ପଡ଼ୁଛି। ୪୦ରୁ ୫୦ ବର୍ଷ ବୟସର ଅଧିକାଂଶ ରୋଗୀ ସୁସ୍ଥ ହୋଇଥିବା ବେଳେ ଏବେ ତାଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ପୂର୍ବରୁ ସେମାନେ ନିଜର ସମସ୍ତ କାର୍ଯ୍ୟ ନିଜେ କରୁଥିଲେ। କିନ୍ତୁ କରୋନାରୁ ନେଗେଟିଭ୍‌ ହେବା ପରେ ବି ସେମାନେ ନିଜ ଖଟରୁ ଉଠିବା ପାଇଁ ସକ୍ଷମ ନୁହଁନ୍ତି ବୋଲି ହିଲେରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri