Posted inଖେଳ

କରୋନାରେ ଆକ୍ରାନ୍ତ ଜୁଭେଣ୍ଟସ ଡିଫେଣ୍ଡର ରୁଗାନି

ମିଲନ,୧୩।୩(ଏଏଫ୍‌ପି)- ଜୁଭେଣ୍ଟସ ଓ ଇଟାଲି ଡିଫେଣ୍ଡର ଡାନିଏଲ ରୁଗାନି ପ୍ରଥମ ସିରି ଏ’ ଫୁଟବଲର ଭାବେ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଇଟାଲିଆନ ଚାମ୍ପିୟନ କ୍ଲବ ଏହା ସ୍ପଷ୍ଟ କରିଛି। ୨୫ ବର୍ଷୀୟ ଡାନିଏଲଙ୍କ ସମେତ ତାଙ୍କ ସମ୍ପର୍କରେ ଆସିଥିବା ପ୍ରତ୍ୟେକଙ୍କୁ ନିୟମ ଅନୁସାରେ ଅଲଗା ରଖାଯାଇଛି। କରୋନା ଭାଇରସ ଯୋଗୁ ଇଟାଲିରେ ମୃତ୍ୟୁ ସଂଖ୍ୟା ୮୨୭ରେ ପହଞ୍ଚତ୍ଥିବାବେଳେ ୧୨ ହଜାର ଆକ୍ରାନ୍ତ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ରହିଛନ୍ତି କିଛି ସିରି ସି’ ଲିଗ୍‌ର ଖେଳାଳି। ଗତ ୭ ବର୍ଷ ହେଲା ରୁଗାନି ଜୁଭେଣ୍ଟସ ପାଇଁ ଖେଳୁଛନ୍ତି। ଚଳିତ ସିଜନରେ ସେ କେବଳ ୩ ମ୍ୟାଚ୍‌ ଖେଳିଛନ୍ତି। ଦେଶରେ ସମସ୍ତ କ୍ରଡ଼ାଭିତ୍ତିକ ଇଭେଣ୍ଟକୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ବାତିଲ କରି ଦିଆଯାଇଛି। କିନ୍ତୁ ଚାମ୍ପିୟନ୍ସ ଲିଗ୍‌ ଓ ୟୁରୋପା ଲିଗ୍‌ ସମ୍ପର୍କରେ କେବଳ ୟୁଫା ନିଷ୍ପତ୍ତି ନେଇପାରିବ। ଜୁଭେଣ୍ଟସ ଦଳ ଆସନ୍ତା ମଙ୍ଗଳବାର ଲିଓନ ବିପକ୍ଷରେ ତା’ର ଚାମ୍ପିୟନ୍ସ ଲିଗ୍‌ କ୍ୱାର୍ଟର ଫାଇନାଲର ଦ୍ୱିତୀୟ ଲେଗ୍‌ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯିବ। ଏଥିଲାଗି ଜୁଭେଣ୍ଟସ ଦଳ ତା’ର ଟ୍ରେନିଂ ଜାରି ରଖିଛି। ଦଳର ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବେ ପର୍ତ୍ତୁଗାଲରେ ଅଛନ୍ତି। ତାଙ୍କ ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଭଲ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri